୩ଥର ମାଟ୍ରିକ୍‌ ଫେଲ୍‌, ଗର୍ଲଫ୍ରେଣ୍ଡ ଛାଡି ଚାଲିଗଲେ; ତଥାପି ବଲିଉଡ୍‌ରେ ସଫଳ ନିର୍ଦ୍ଦେଶକ

ବଲିଉଡ ଫିଲ୍ମ୍‌ ନିର୍ଦ୍ଦେଶକ ସାଜିଦ ଖାନ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ହାଉସଫୁଲ, ବେବି ଭଳି କମେଡି ଚଳଚ୍ଚିତ୍ର ମାଧ୍ୟମରେ ସେ ଅନେକ ସଫଳତା ହାସଲ କରିଛନ୍ତି । କିନ୍ତୁ ସମସ୍ତଙ୍କୁ ହସାଇଥିବା ଏହି ନିର୍ଦ୍ଦେଶକ ତାଙ୍କ ବ୍ୟକ୍ତିଗତ ଜୀବନରେ ବହୁତ ସଂଘର୍ଷ କରିଛନ୍ତି। ସାଜିଦଙ୍କୁ ମାତ୍ର ୧୪ ବର୍ଷ ହୋଇଥିବାବେଳେ ତାଙ୍କ ପିତାଙ୍କର ମୃତ୍ୟୁ ହୋଇଥିଲା। ଏହା ପରେ ସାଜିଦଙ୍କ ଭଉଣୀ ଫରାହ ପରିବାର ପୋଷୁଥିଲେ। କିନ୍ତୁ ସାଜିଦଙ୍କ ସଂଗ୍ରାମ ଜାରି ରହିଥିଲା। ସେ ଫିଲ୍ମକୁ ଭଲ ପାଉଥିଲେ, କିନ୍ତୁ ସେ ଅଧ୍ୟୟନରେ ବହୁତ ଦୁର୍ବଳ ଥିଲେ। ସେ ଦଶମ ଶ୍ରେଣୀରେ ୩ଥର ଫେଲ ହୋଇଥିଲେ। ସାଜିଦଙ୍କ ପ୍ରେମ ଜୀବନ ମଧ୍ୟ ଉତ୍ଥାନର ଶିକାର ହୋଇଥିଲା। ସାଜିଦ ନିଜେ କହିଛନ୍ତି ଯେ ସେ ଅନେକ ଝିଅଙ୍କୁ ଡେଟ କରିଥିଲେ, କିନ୍ତୁ ସମସ୍ତେ ତାଙ୍କୁ ଛାଡି ଚାଲିଗଲେ। କିନ୍ତୁ ସାଜିଦ ଖାନ, କାହାକୁ ଖାତିର ନ କରି କେବଳ ତାଙ୍କ ଚଳଚ୍ଚିତ୍ର ପ୍ରତି ଧ୍ୟାନ ଦେଇଥିଲେ। ସେ ତାଙ୍କ କ୍ୟାରିୟରରେ ଅନେକ ହିଟ ଫିଲ୍ମ ମଧ୍ୟ ଦେଇଥିଲେ ଏବଂ ଅନେକ ଫ୍ଲପ ମଧ୍ୟ ସାମ୍ନା କରିଥିଲେ। ଏସବୁ ସତ୍ତ୍ୱେ ସାଜିଦ ଖାନ କମେଡି ଧାରାବାହିକରେ ନିଜ ପାଇଁ ଏକ ସ୍ଥାନ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri