ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ମୋଦିଙ୍କ ଉଦ୍ଦେଶ୍ୟରେ ଟୁଇଟ କଲେ ଶ୍ରୀଲଙ୍କା ନେତା ସାଜିଥ ପ୍ରେମଦାସା

କଲମ୍ବୋ,୨୦ ।୭: ଶ୍ରୀଲଙ୍କାରେ ୨୦ ଜୁଲାଇ ଅର୍ଥାତ୍ ବୁଧବାର ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ନିର୍ବାଚନର ଠିକ୍ ପୂର୍ବରୁ ରାଷ୍ଟ୍ରପତି ପଦ ପାଇଁ ମଜଭୁତ ଦାବିଦାର ଥିବା ବିରୋଧୀ ନେତା ସାଜିଥ ପ୍ରେମଦାସା ଏହି ରେସରୁ ନିଜକୁ ବାହାର କରି ନେଇଛନ୍ତି । ଆଉ କହିଛନ୍ତି ମୁଁ ରାଷ୍ଟ୍ରପତି ପଦ ପାଇଁ ମୋର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରୁଛି । ଆହୁରି ମଧ୍ୟ କହିଛନ୍ତି ଆମର ବିରୋଧୀ ସହଯୋଗୀ ଏହି ଦିଗରେ ଖୁବ୍ ପରିଶ୍ରମ କରିବେ ।
ନିଜ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବା ପରେ ପ୍ରେମଦାସା ଟୁଇଟ କରିଛନ୍ତି । ଏଥିରେ ସେ ଲେଖିଛନ୍ତି କାଲି ଶ୍ରୀଲଙ୍କାର ରାଷ୍ଟ୍ରପତି ଯିଏ ବି ହୁଅନ୍ତୁ, ମୋର ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିନମ୍ର ଓ ହାର୍ଦ୍ଦିକ ଅନୁରୋଧ ସେ ଶ୍ରୀଲଙ୍କାକୁ ସହାୟତା ଯୋଗାଇବା ଜାରି ରଖିବେ । ସେ ଲେଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ଭାରତର ସମସ୍ତ ରାଜନୈତିକ ଦଳ, ଭାରତବାସୀ ସମସ୍ତଙ୍କୁ ମୋର ଅନୁରୋଧ ଏହି କଷ୍ଟକର ପରିସ୍ଥିତିରୁ ମା’ ଲଙ୍କା ଓ ତା’ର ଲୋକମାନଙ୍କୁ ବାହାର କରିବାକୁ ସହଯୋଗ କରୁଥାଆନ୍ତୁ ।
ସାଜିଥ ପ୍ରେମଦାସା ରବିବାର ଦେଇଥିବା ବୟାନରେ ଭାରତର ସହଯୋଗକୁ ପ୍ରଶଂସା କରିବା ସହ କହିଥିଲେ ଭାରତଠାରୁ ସହଯୋଗ ଓ ସମର୍ଥନ ମାଗିବା ଜାରି ରଖିବେ । ଭାରତ ଏପର୍ଯ୍ୟନ୍ତ ଶ୍ରୀଲଙ୍କାକୁ ୩.୮ ଅରବ ଡଲାର ସହାୟତା ଯୋଗାଇ ଦେଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?