Posted inଜାତୀୟ

ପୂର୍ବତନ କଂଗ୍ରେସ ଏମ୍‌ପି ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କଲେ କୋର୍ଟ

ନୂଆଦିଲ୍ଲୀ,୨୫।୨: ୧୯୮୪ ଶିଖ ବିରୋଧୀ ଦଙ୍ଗା ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ଏମ୍‌ପି ସଜ୍ଜନ କୁମାରଙ୍କୁ ରୌଜ୍‌ ଏଭିନ୍ୟୁ କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସଜ୍ଜନ କୁମାର ପୂର୍ବରୁ ଦିଲ୍ଲୀ କ୍ୟାଣ୍ଟ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଛନ୍ତି।

୧୯୮୪ ନଭେମ୍ବର ୧ ତାରିଖରେ ଦିଲ୍ଲୀର ସରସ୍ବତୀ ବିହାର ଅଞ୍ଚଳରେ ଦୁଇ ଶିଖ ଜସୱନ୍ତ ସିଂ ଏବଂ ତାଙ୍କ ପୁଅ ତରୁଣଦୀପ ସିଂଙ୍କୁ ନିର୍ମମ ହତ୍ୟା ମାମଲାରେ ମଙ୍ଗଳବାର କୋର୍ଟ ତାଙ୍କୁ ଦଣ୍ଡାଦେଶ ଦେଇଛନ୍ତି।

ରାୟ ପ୍ରକାଶ ପାଇବା ପୂର୍ବରୁ, ସଜ୍ଜନ କୁମାର ଦଣ୍ଡରେ କୋହଳତା ପାଇଁ ଆବେଦନ କରିଥିଲେ। ସେ ତାଙ୍କ ଯୁକ୍ତିରେ କହିଛନ୍ତି, ଏହି ମାମଲାରେ ମୋତେ ମୃତ୍ୟୁଦଣ୍ଡ ଦେବାର କୌଣସି ଆଧାର ନାହିଁ।

ସଜ୍ଜନ କୁମାର କହିଛନ୍ତି, ମୁଁ ୮୦ ବର୍ଷ ବୟସ୍କ। ବୟସ ବୃଦ୍ଧି ଯୋଗୁ ଅନେକ ରୋଗରେ ପୀଡିତ। ମୁଁ ୨୦୧୮ରୁ ଜେଲରେ ଅଛି। ସେବେଠାରୁ ମୁଁ କୌଣସି ଛୁଟି/ପାରୋଲ ପାଇନାହିଁ।

ସେ ଆହୁରି କହିଛନ୍ତି, ୧୯୮୪ ଦଙ୍ଗା ପରେ ମୁଁ କୌଣସି ଅପରାଧିକ ମାମଲାରେ ଜଡିତ ନାହିଁ। ଜେଲରେ / ବିଚାର ସମୟରେ ମୋର ଆଚରଣ ସର୍ବଦା ଭଲ , ମୋ ବିରୋଧରେ କୌଣସି ଅଭିଯୋଗ ଆସିନାହିଁ। ତେଣୁ, ମୋର ସୁଧାରର ସମ୍ଭାବନାକୁ ଏଡ଼ାଇ ଦିଆଯାଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?