Posted inଜାତୀୟ

ସାଜ୍ଜିଦ୍‌ ମୀର୍‌ ଆଇଏସ୍‌ଆଇ ସୁରକ୍ଷାରେ

ନୂଆଦିଲ୍ଲୀ,୨୯ା୬(ପି.ଟି.): ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ (୨୬/୧୧)ର ମୁଖ୍ୟ ଯୋଜନା ପ୍ରସ୍ତୁତକାରୀ ସାଜ୍ଜିଦ୍‌ ମୀର୍‌ ଓରଫ ମଜିଦ୍‌ ବିରୋଧରେ ପାକିସ୍ତାନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ତାଙ୍କୁ ସୁରକ୍ଷା ଯୋଗାଇ ଦେଉଛି। ସେହିପରି ଗତବର୍ଷ ପୁଲ୍‌ଓ୍ବାମା ଆକ୍ରମଣ ସହ ସମ୍ପୃକ୍ତ ଜୈଶ୍‌-ଇ-ମହମ୍ମଦ ମାଷ୍ଟରମାଇଣ୍ଡ ମାସୁଦ୍‌ ଆଝାରଙ୍କ ବିରୋଧରେ ମଧ୍ୟ ଇସ୍‌ଲାମାବାଦ କୌଣସି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ ବୋଲି ଆମେରିକାର ବାର୍ଷିକ ଆତଙ୍କବାଦ ରିପୋର୍ଟରେ ଅଭିଯୋଗ କରାଯାଇଛି। ଉଭୟେ ପାକିସ୍ତାନରେ ନାହାନ୍ତି ବୋଲି ଇମ୍ରାନ୍‌ ଖାନ୍‌ ସରକାର କହିଆସୁଛନ୍ତି। ମୀର ଓ ଆଝାର ପାକ୍‌ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ସର୍ବୋଚ୍ଚ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପାକିସ୍ତାନରେ ରହୁଛନ୍ତି। ଡାଭିଡ୍‌ କୋଲେମାନ ହେଡଲିକୁ ପରିଚାଳିତ କରୁଥିବା ମୀର୍‌ ରାଓ୍ବଲପିଣ୍ଡିର ଆଡିଆଲା ଜେଲ୍‌ ରୋଡ ଅନ୍ତର୍ଗତ ଗାର୍ଡେନ ଭିଲ୍ଲା ହାଉସିଂ ସୋସାଇଟି କିମ୍ବା ଲାହୋରର ଗଣ୍ଡା ନାଲା ଅଞ୍ଚଳ ଅଥବା ଲାହୋର ଅଲ୍‌ ଫୈଜଲ ଟାଉନ୍‌ର ୨୭, ସି-ବ୍ଲକ୍‌ରେ ରହୁଥିବା କୁହାଯାଉଛି। ମୀର୍‌ଙ୍କ ମୁଣ୍ଡ ପାଇଁ ୫ ନିୟୁତ ଡଲାର ପୁରସ୍କାର ଘୋଷଣା ହୋଇଥିଲା। ସେ ବିଦେଶରେ ଲଶ୍କର ସଂଗଠନ ପାଇଁ ଆତଙ୍କବାଦୀ ନିଯୁକ୍ତ କରିବା ସହ ପାକିସ୍ତାନ ଟ୍ରେନିଂ କ୍ୟାମ୍ପ୍‌ରେ ଆତଙ୍କବାଦୀମାନଙ୍କୁ ତାଲିମ ଦେଉଥିଲେ। ଏଥିସହିତ ସେ ଆଇଏସ୍‌ଆଇର ଇଣ୍ଡିଆନ୍‌ ମୁଜାହିଦ୍ଦିନ ଅପରେଶନର ଅଂଶବିଶେଷ ଥିଲେ। ୨୬/୧୧ ଆକ୍ରମଣ ପରେ ମୀର୍‌ ନିଜର ପ୍ଲାଷ୍ଟିକ୍‌ ସର୍ଜରି କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?