ସଜନାଗଡ଼ ବଡ଼ପୋଲ ପାର୍ଶ୍ୱ ଅତଡ଼ା ଧସିଲା

ସଜନାଗଡ଼,୨୩|୧(ଡି.ଏନ.ଏ.) ବାଲେଶ୍ୱରରୁ ମୟୂରଭଞ୍ଜ ଜିଲାକୁ ସଂଯୋଗ କରୁଥିବା ସେରଗଡ଼ ଭାୟା ନୀଳଗିରି-ଉଦଳା ୧୯ନଂ. ରାଜ୍ୟ ରାଜପଥର ସଜନାଗଡ଼ଠାରେ ଥିବା ବଡ଼ପୋଲ(ଘାଘରା ସେତୁ) ପାର୍ଶ୍ୱରୁ ପୁଣି ମାଟି ଅତଡ଼ା ଧସିଛି। ପୂର୍ତ୍ତ ବିଭାଗ ପକ୍ଷରୁ ସେଠାରେ ଏକ ନୂଆ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ୨ ବର୍ଷ ପୂର୍ବେ ପୋଲ ନିର୍ମାଣ ଲାଗି ଶିଳାନ୍ୟାସ କରାଯାଇଥିଲା। ମାତ୍ର ଠିକାଦାର କାମ ବିଳମ୍ବ କରିବାରୁ ଏହି କାମ ସରିନାହିଁ। ପ୍ରଶାସନିକ ଅଧିକାରୀଙ୍କ ତାଗିଦ ପରେ କିଛି ଦିନ ହେବ କାମ ଚାଲୁ ରହିଛି। ତେବେ ପୁରୁଣା ପୋଲ ପାଶର୍‌ବରେ ଥିବା ମାଟିକୁ ଠିକାଦାର ଜେସିବି ସାହାଯ୍ୟରେ ଅଧିକ ତାଡ଼ି ଦେଇଥିବାରୁ ଏବେ ବଡ଼ପୋଲ ବିପଦ ସଙ୍କୁଳ ପାଲଟିଛି। ଭାରୀଯାନ ଚଳାଚଳ ସମୟରେ ଏହି ପୋଲର ଗୋଟିଏ ପାର୍ଶ୍ୱରୁ ମାଟି ଅତଡ଼ା ଖସିପଡୁଛି। ଶନିବାର ଭୋର ସମୟରେ ମଧ୍ୟ ଅତଡ଼ା ଧସି ପଡ଼ିଥିବା ଦେଖିବାକୁ ମିଳିଛି। ସେହି ସ୍ଥାନରେ ବଡ଼ପୋଲର ଗୋଟିଏ ପାଖର ସୁରକ୍ଷା ବାଡା ମଧ୍ୟ ଝୁଲି ରହିିଛି। ମୟୂରଭଞ୍ଜକୁ ସଂଯୋଗ କରୁଥିବା ଉକ୍ତ ପୋଲରେ ଦୈନିକ ହଜାର ହଜାର ଗାଡ଼ି ଯାତାୟାତ କରୁଥିବା ବେଳେ ଏବେ ଉଭୟ ଗାଡ଼ି ଓ ଯାତ୍ରୀଙ୍କ ଜୀବନ ପ୍ରତି ବିପଦ ବଢ଼ିଛି। ପୂର୍ତ୍ତ ବିଭାଗ ପକ୍ଷରୁ କୌଣସି ବ୍ୟବସ୍ଥା କରା ନ ଗଲେ କେଉଁ ମୁହୂର୍ତ୍ତରେ ଦୁର୍ଘଟଣା ଘଟିବାର ଆଶଙ୍କାକୁ ଏଡ଼ାଇ ଦେଇ ହେବନାହିଁ। ଲୋକଙ୍କ ସୁରକ୍ଷା ଦିଗରେ ପ୍ରଶାସନର ନିରବତାକୁ ଅଞ୍ଚଳବାସୀ ତୀବ୍ର ବିରୋଧ କରୁଛନ୍ତି। କୌଣସି ବଡ଼ ଦୁର୍ଘଟଣା ପୂର୍ବରୁ ପୂର୍ତ୍ତ ବିଭାଗ ଏଥିପ୍ରତି ଗୁରୁତ୍ୱ ଦେଇ କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ କନିଷ୍ଠଯନ୍ତ୍ରୀ ଲକ୍ଷ୍ମଣ ସିଂଙ୍କୁ ପଚାରିବାରୁ ଠିକାଦାର ପୁରୁଣା ପୋଲ ପାଶର୍‌ବରୁ ଅଧିକ ମାଟି କାଟିଦେବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ଓ ଲୋକଙ୍କ ସୁରକ୍ଷା ପାଇଁ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?