ଗୃହମନ୍ତ୍ରୀ ପଦରୁ ହଟିଲେ ସଖାଓ୍ବତ ହୁସେନ, ନୂଆ ସରକାର ଗଠନର ୯ ଦିନ ମଧ୍ୟରେ ଛାଡିଲେ ଗାଦି

ଢାକା,୧୮।୮: ବାଂଲାଦେଶରେ ଯେମିତି ଅନିଶ୍ଚିତତାର ଅବଧି ଶେଷ ହେବାର ନାଁ ନେଉନାହିଁ। ମଧ୍ୟବର୍ତ୍ତୀକାଳୀନ ସରକାର ଗଠନର ୯ଦିନ ମଧ୍ୟରେ ବ୍ରିଗେଡିୟର୍‌ ଜେନେରାଲ (ଅବସରପ୍ରାପ୍ତ) ଏମ ସଖାୱତ ହୁସେନଙ୍କୁ ଗୃହମନ୍ତ୍ରୀ ପଦରୁ ହଟାଇ ଦିଆଯାଇଛି।
କୁହାଯାଏ ଯେ ଶେଖ ହାସିନାଙ୍କୁ ବହିଷ୍କାର କରିଥିବା ଛାତ୍ର ନେତାମାନେ ହୁସେନଙ୍କ ନ୍ୟାୟପୂର୍ଣ୍ଣ ଏବଂ ଅନ୍ତର୍ଭୂକ୍ତ କାର୍ଯ୍ୟ ଶୈଳୀକୁ ପସନ୍ଦ କରୁନଥିଲେ। ଏହି କାରଣରୁ ସଖାୱତ ହୁସେନଙ୍କୁ ଗୃହ ମନ୍ତ୍ରଣାଳୟ ମିଳିବାରର ୮ଦିନ ମଧ୍ୟରେ ଏହି ପଦରୁ ଇସ୍ତଫା ଦେବାକୁ ପଡିଥିଲା।
ବର୍ତ୍ତମାନ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ସରକାରରେ ଟେକ୍ସଟାଇଲ ଏବଂ ଜୁଟ ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ଗୃହ ମନ୍ତ୍ରଣାଳୟର ଦାୟିତ୍ୱ ବର୍ତ୍ତମାନ ବ୍ରିଗେଡିୟର୍‌ ଜେନେରାଲ (ଅବସରପ୍ରାପ୍ତ) ଜାହାଙ୍ଗୀର ଆଲାମ ଚୌଧୁରୀଙ୍କୁ ଶୁକ୍ରବାର ସରକାରରେ ଅନ୍ତର୍ଭୁକ୍ତ କରାଯାଇଛି। ଚୌଧୁରୀଙ୍କୁ କୃଷି ମନ୍ତ୍ରଣାଳୟର ଦାୟିତ୍ୱ ମଧ୍ୟ ମିଳିବ। ଶୁକ୍ରବାର ଚୌଧୁରୀଙ୍କ ସମେତ ୪ଜଣ ନୂତନ ପରାମର୍ଶଦାତା ମଧ୍ୟବର୍ତ୍ତୀକାଳୀନ ସରକାରରେ ଅନ୍ତର୍ଭୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri