ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର, ବାଳିଆ ଆଦି ବଡ଼ ଛୋଟ ମାଛ ପୋଖରୀ ମଧ୍ୟରେ ମରି ଭାସୁଥିବା ଦେଖିବାକୁ ମିଳିଛି। ପଚିସଢ଼ି ଯାଇଥିବା ମାଛଗୁଡ଼ିକର ଦୁର୍ଗନ୍ଧ ଅତିଷ୍ଠ ହେଲାଣି। ତୁରନ୍ତ ପୋଖରୀ ମଧ୍ୟରୁ ଭାସୁଥିବା ମଲା ମାଛଗୁଡ଼ିକ ବାହାର କରିବା ନେଇ ସ୍ଥାନୀୟ ଲୋକେ ଦାବି ଜଣାଇଛନ୍ତି। ପୋଖରୀ ମଧ୍ୟକୁ ସଂଯୋଗ ହୋଇଥିବା ନାଳରେ ଆବର୍ଜନା ଜଳ ପୋଖରୀକୁ ପାଣି ପଶୁଛି କିନ୍ତୁ ପୋଖରୀ ପାଣି ନିଷ୍କାସନ ଠିକ୍‌ ଭାବେ ହୋଇପାରୁ ନ ଥିବାରୁ ପାଣିରୁ ଦୁର୍ଗନ୍ଧ ବାହାରିବା ସହିତ ମାଛଗୁଡ଼ିକ ମରି ଭାସୁଛନ୍ତି। ପ୍ରତିବର୍ଷ ବର୍ଷାଋତୁ ଆରମ୍ଭରେ ଏହି ସମସ୍ୟା ଦେଖାଯାଉଥିବା ବେଳେ ଏଦିଗରେ ସ୍ଥାୟୀ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯାଉ ନ ଥିବା ଜଣାପଡ଼ିଛି। ପୋଖରୀକୁ ମାଛଚାଷ ପାଇଁ ନିଲାମ ଦେଇ ମନ୍ଦିର ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି। ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପାଇଁ ପ୍ରତିଦିନ ରାଜ୍ୟ ବାହାରରୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କ ସହିତ ଆଖପାଖର ବ୍ୟବସାୟୀ ଓ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ପରମ୍ପରା କ୍ରମେ ଠାକୁରଙ୍କ ୨୧ ଦିନ ବ୍ୟାପୀ ଚନ୍ଦନ ଯାତ୍ରାରେ ଏହି ପୁଷ୍କରିଣୀରେ ଠାକୁରଙ୍କ ଚାପଖେଳ ଅନୁଷ୍ଠିତ ହୁଏ। ଏବେ ଶ୍ରୀ ସିଦ୍ଧ ବଳରାମ ଦେବଙ୍କ ରଥଯାତ୍ରାରେ ଆସି ଚନ୍ଦନ ମଣ୍ଡପରେ ନବଦିନ ଅବସ୍ଥାନ କରିଛନ୍ତି। ସ୍ଥାନୀୟ ଶ୍ରଦ୍ଧାଳୁମାନେ ଏଭଳି ପୁତିଗନ୍ଧମୟ ପରିବେଶରେ ଠାକୁରଙ୍କ ଆଡ଼ପ ଭୋଗ ପ୍ରସ୍ତୁତ କରୁଛନ୍ତି। ପୋଖରୀ ମଧ୍ୟରୁ ମଲାମାଛଗୁଡ଼ିକ ବାହାର କରିବା ନିମନ୍ତେ ତୁରନ୍ତ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ସତ୍ୟବାଦୀ ତହସିଲଦାର ତଥା ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ପାଣିଗ୍ରାହୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri