ଜେଲରେ ସକିଲ, ଫୋନ୍‌ରେ ମାଗୁଛନ୍ତି ଦାଦାବଟି

କଟକ ଅଫିସ,୨୦ା୮: ଦୁର୍ଦ୍ଦାନ୍ତ ଅପରାଧୀ ସକିଲ ଅହମ୍ମଦ ଓରଫ ମହମ୍ମଦ ସକିଲ ଏବେ କେନ୍ଦୁଝର ଜେଲରେ ରହିଛନ୍ତି। କିଛି ଦିନ ତଳେ ପୋଲିସ କମିଶନରଙ୍କ ନିର୍ଦ୍ଦେଶରେ ସକିଲଙ୍କ ଉପରେ ଜାତୀୟ ନିରାପତ୍ତା ଆଇନ (ଏନ୍‌ଏସ୍‌ଏ) ଲଗାଯାଇଥିଲା। କୌଣସି ଅପରାଧିକ କାର୍ଯ୍ୟକଳାପ ଯୋଜନା କରୁଥିବା ସନ୍ଦେହ କରି ପୋଲିସ ତାଙ୍କ ଉପରେ ତୀକ୍ଷ୍ମ ନଜର ରଖିଥିଲା। ତଥାପି ଜେଲ ଭିତରେ ରହି ଫୋନ ଯୋଗେ ସକିଲ ଦାଦାବଟି ଆଦାୟ କରୁଛନ୍ତି। କ୍ୟାଣ୍ଟନମେଣ୍ଟ ଥାନାରେ ଏ ନେଇ ଏକ ଅଭିଯୋଗ ହେବା ପରେ ପୋଲିସ ବୁଧବାର ସକିଲଙ୍କ ୪ ସହଯୋଗୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପିଣ୍ଟୁ ଓରଫ ମହମ୍ମଦ ଆସିଫ (୨୮), ଚିକୁ ଓରଫ ଦିଲନୱାଜ ଖାନ (୨୮), ମୁନା ଓରଫ ସୟଦ ରେହମାନ ଅଲ୍ଲୀ (୨୮) ଓ ମହମ୍ମଦ ଜାଭେଦ (୩୧)। ଅଭିଯୁକ୍ତଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ, ଗୋଟିଏ ସ୍କୁଟି (ଓଡି୦୫ ଏଏଫ୍‌ ୧୪୬୧) ଓ ୫ଟି ମୋବାଇଲ ଜବତ ହୋଇଛି।
ପୋଲିସ ସୂଚନା ଅନୁଯାୟୀ, ପେନସନ ଲେନର ମୀର ମହମ୍ମଦ ରାଜା ଗତ ୧୬ ତାରିଖରେ ଦେଇଥିବା ଏତଲାରେ ଦର୍ଶାଇଥିଲେ ଯେ, ତାଙ୍କର ‘ବାବୁ ଇଲେକଟ୍ରୋନିକ୍ସ’ ନାମରେ ଏକ ମୋବାଇଲ ସରଞ୍ଜାମର ହୋଲସେଲ କାଉଣ୍ଟର ରହିଛି। ୧୩ ତାରିଖ ଅପରାହ୍ନ ପ୍ରାୟ ୪ଟାରେ ପିଣ୍ଟୁ ଓ ଚିକୁ ତାଙ୍କ କାଉଣ୍ଟରରେ ପହଞ୍ଚତ୍ ୧ଲକ୍ଷ ଟଙ୍କା ଦାଦାବଟି ମାଗିଥିଲେ। ପରେ ଫୋନ କରି ସକିଲଙ୍କ ସହ କଥା କରାଇଥିଲେ। ୨୪ ଘଣ୍ଟା ଭିତରେ ଦାବି ମୁତାବକ ଟଙ୍କା ନ ଦେଲେ ଜୀବନରୁ ମାରି ଦିଆଯିବ ବୋଲି ରାଜାଙ୍କୁ ଧମକ ମିଳିଥିଲା। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି କେସ ନଂ ୮୯/୨୦, ଆଇପିସିର ୩୮୬, ୩୮୭, ୧୨୦(ବି), ୫୦୬, ୫୦୭, ୩୪ ଓ ୨୫/୨୭ ଆମର୍‌ସ ଆକ୍ଟରେ ଏକ ମାମଲା ରୁଜୁ କରିଥିଲା। ଅଭିଯୋଗକାରୀଙ୍କ ବୟାନ ଓ କାଉଣ୍ଟରରେ ଥିବା ସିସିଟିଭି ଫୁଟେଜ ଆଧାରରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଚିହ୍ନଟ କରିଥିଲା। ପରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବୁଧବାର ୪ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତଙ୍କ ନାମରେ କଟକର ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି ବୋଲି ଡିସିପି ପ୍ରତୀକ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?