Posted inଖେଳ

ଭାବପ୍ରବଣ ପୋଷ୍ଟ ଲେଖିଲେ ଧୋନୀଙ୍କ ସ୍ତ୍ରୀ

ଆଇପିଏଲ ୨୦୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଉପରେ ରାଜସ୍ଥାନ ରୟାଲ୍ସ ବିଜୟ ସହିତ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ‘ପ୍ଲେ ଅଫ’କୁ ଯିବାର ସମ୍ଭାବନା ସମ୍ପୂର୍ଣ୍ଣ ଶେଷ ହୋଇଯାଇଛି। ଏଥିରେ ଭାଙ୍ଗିପଡିଛନ୍ତି ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ଧୋନୀ। ସୋସିଆଲ ମଡିଆରେ ସେ ଏକ ଭାବପ୍ରବଣ ପୋଷ୍ଟ ଶେୟାର କରିଛନ୍ତି। ଏଥିରେ ସେ ଲେଖିଛନ୍ତି ଯେ ଏହା କେବଳ ଏକ ଖେଳ। ତୁମେ ସବୁବେଳେ ଆମ ମନରେ ସୁପର କିଙ୍ଗ ହେବ। ଚେନ୍ନାଇ ଏବେ ସୁଦ୍ଧା୧୨ଟି ମ୍ୟାଚରୁ ୮ ପଏଣ୍ଟ ସହ ପଏଣ୍ଟ ଟେବୁଲର ଶେଷରେ ଅଛି॥ ଚେନ୍ନାଇ ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ପ୍ଲେ ଅଫରୁ ବାଦ୍‌ ପଡିଛି।
ଆଇପିଏଲ ୨୦୨୦ରୁ ଚେନ୍ନାଇର ବାହାରିବା ନିଶ୍ଚିତ ହେବା ପରେ ସାକ୍ଷୀ ତିନିଥର ଚାମ୍ପିୟନ ଦଳ ପାଇଁ ଏକ ଉତ୍ସାହୀ ପୋଷ୍ଟ ଶେୟାର କରିଛନ୍ତି। ପୋଷ୍ଟ ମାଧ୍ୟମରେ ପ୍ରଶଂସକ ନିରାଶ ନ ହେବାକୁ ସେ ଅନୁରୋଧ କରିଛନ୍ତି। ଏହା କେବଳ ଏକ ଖେଳ। କେହି ହାରିବାକୁ ଚାହାଁନ୍ତି ନାହିଁ, କିନ୍ତୁ ସମସ୍ତେ ଜିତିପାରିବେ ନାହିଁ। କିଛି ଲୋକ ଜିତନ୍ତି, କିଛି ଲୋକ ହାରନ୍ତି। ଖେଳରେ ଗୋଟିଏ ହୃଦୟ ବିଜୟ ଉତ୍ସବ ପାଳନ କରୁଥିବାବେଳେ ଅନ୍ୟଟି ଭାଙ୍ଗୁଛି। ଏତେ ବର୍ଷ ବିତିଗଲାଣି ଏବଂ ତୁମେ କିଛି ବଡ ବିଜୟ ଏବଂ କ୍ଷତି ଦେଖିଛ। ତୁମେ ବିଜେତା ଥିଲ, ତୁମେ ଆଜି ବି ବିଜେତା। ପ୍ରକୃତ ଯୋଦ୍ଧାମାନେ ଯୁଦ୍ଧ କରିବା ପାଇଁ ଜନ୍ମ ହୁଅନ୍ତି। ସେମାନେ ସର୍ବଦା ଆମ ମନ ଏବଂ ହୃଦୟରେ ସୁପରକିଙ୍ଗ ହୋଇ ରହିବେ ବୋଲି ସେ କହିଛନ୍ତି।

https://twitter.com/SaakshiSRawat/status/1320415149371473921

 

 


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri