ଖବର ସଂଗ୍ରହ ବେଳେ ସାକ୍ଷୀ ଜୋଷୀଙ୍କୁ ପୋଲିସ ଆକ୍ରମଣ

ନୂଆଦିଲ୍ଲୀ/ନ୍ୟୁୟର୍କ, ୭।୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ବ୍ରିଜ ଭୂଷଣ ଶରନ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ଯୌନ ନିର୍ଯାତନା ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଲାଗି ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଆନ୍ଦୋଳନ ଚଳାଇଛନ୍ତି। ଖବର ସଂଗ୍ରହ କରିବାକୁ ବୁଧବାର ସାମ୍ବାଦିକା ସାକ୍ଷୀ ଜୋଷୀ ସେଠାକୁ ଯାଇଥିବାବେଳେ ଦିଲ୍ଲୀ ପୋଲିସ ତାଙ୍କୁ ଆକ୍ରମଣ କରିବା ସହ ଅଟକ ରଖିଥିଲା। ୟୁଟ୍ୟୁବ୍‌ରେ ରିପୋର୍ଟ ପୋଷ୍ଟ କରୁଥିବା ଖବରଦାତା ଜୋଷୀ ମହିଳା କୁସ୍ତିଯୋଦ୍ଧାଙ୍କ ଧାରଣାସ୍ଥଳରେ ନିୟୋଜିତ ଥିବା ପୋଲିସ କର୍ମଚାରୀମାନଙ୍କ ଭିଡିଓ ରେକର୍ଡିଂ ପାଇଁ ଉଦ୍ୟମ କରୁଥିବାବେଳେ ଜଣେ ମହିଳା ପୋଲିସ୍‌ ଅଫିସର ତାଙ୍କୁ ବାରଣ କରିଥିଲେ। ପରେ କେତେଜଣ ପୋଲିସ ଅଫିସର ତାଙ୍କୁ ଚୁଟି ଧରି ଘୋଷାଡ଼ିଥିଲେ। ପୋଲିସ ବସ୍‌ ମଧ୍ୟକୁ ନେବା ପୂର୍ବରୁ ତାଙ୍କ ପ୍ୟାଣ୍ଟ ଚିରିଦେଇଥିଲେ ବୋଲି ଅଭିଯୋଗ ହୋଇଛି। ଘଣ୍ଟାଏ କାଳ ତାଙ୍କୁ ଅଟକ ରଖାଯିବା ପରେ ଛାଡ଼ିଦିଆଯାଇଥିଲା। ଭାରତୀୟ କର୍ତ୍ତୃପକ୍ଷ ତୁରନ୍ତ ଘଟଣାର ନିରପେକ୍ଷ ତଦନ୍ତ କରି କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ହଇରାଣ ହରକତ କରିବା ଓ ଅଟକ ରଖିବାରେ ସମ୍ପୃକ୍ତ ପୋଲିସ ଅଧିକାରୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆମେରିକାର ସାମ୍ବାଦିକ ସୁରକ୍ଷା କମିଟି (ସିପିଜେ) ପକ୍ଷରୁ ଦାବି କରାଯାଇଛି। ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସରେ ଖବର ସଂଗ୍ରହ ପାଇଁ ଯାଇଥିବା ଜଣେ ସାକ୍ଷୀଙ୍କୁ ହଇରାଣ କରିବା ସହ ଆକ୍ରମଣ କରିବା ଏବଂ ବେଆଇନ ଭାବେ ଅଟକ ରଖିବା ଘଟଣା ଭାରତରେ ମହିଳା ସାମ୍ବାଦିକମାନଙ୍କ ଅସୁରକ୍ଷିତ ପରିବେଶକୁ ସ୍ପଷ୍ଟ କରୁଛି ବୋଲି ସିପିଜେର ଏସିଆ ପ୍ରୋଗ୍ରାମ କୋଅର୍ଡିନେଟର ବେହ ଲିହ ୟି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri