ଖବର ସଂଗ୍ରହ ବେଳେ ସାକ୍ଷୀ ଜୋଷୀଙ୍କୁ ପୋଲିସ ଆକ୍ରମଣ

ନୂଆଦିଲ୍ଲୀ/ନ୍ୟୁୟର୍କ, ୭।୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ବ୍ରିଜ ଭୂଷଣ ଶରନ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ଯୌନ ନିର୍ଯାତନା ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଲାଗି ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଆନ୍ଦୋଳନ ଚଳାଇଛନ୍ତି। ଖବର ସଂଗ୍ରହ କରିବାକୁ ବୁଧବାର ସାମ୍ବାଦିକା ସାକ୍ଷୀ ଜୋଷୀ ସେଠାକୁ ଯାଇଥିବାବେଳେ ଦିଲ୍ଲୀ ପୋଲିସ ତାଙ୍କୁ ଆକ୍ରମଣ କରିବା ସହ ଅଟକ ରଖିଥିଲା। ୟୁଟ୍ୟୁବ୍‌ରେ ରିପୋର୍ଟ ପୋଷ୍ଟ କରୁଥିବା ଖବରଦାତା ଜୋଷୀ ମହିଳା କୁସ୍ତିଯୋଦ୍ଧାଙ୍କ ଧାରଣାସ୍ଥଳରେ ନିୟୋଜିତ ଥିବା ପୋଲିସ କର୍ମଚାରୀମାନଙ୍କ ଭିଡିଓ ରେକର୍ଡିଂ ପାଇଁ ଉଦ୍ୟମ କରୁଥିବାବେଳେ ଜଣେ ମହିଳା ପୋଲିସ୍‌ ଅଫିସର ତାଙ୍କୁ ବାରଣ କରିଥିଲେ। ପରେ କେତେଜଣ ପୋଲିସ ଅଫିସର ତାଙ୍କୁ ଚୁଟି ଧରି ଘୋଷାଡ଼ିଥିଲେ। ପୋଲିସ ବସ୍‌ ମଧ୍ୟକୁ ନେବା ପୂର୍ବରୁ ତାଙ୍କ ପ୍ୟାଣ୍ଟ ଚିରିଦେଇଥିଲେ ବୋଲି ଅଭିଯୋଗ ହୋଇଛି। ଘଣ୍ଟାଏ କାଳ ତାଙ୍କୁ ଅଟକ ରଖାଯିବା ପରେ ଛାଡ଼ିଦିଆଯାଇଥିଲା। ଭାରତୀୟ କର୍ତ୍ତୃପକ୍ଷ ତୁରନ୍ତ ଘଟଣାର ନିରପେକ୍ଷ ତଦନ୍ତ କରି କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ହଇରାଣ ହରକତ କରିବା ଓ ଅଟକ ରଖିବାରେ ସମ୍ପୃକ୍ତ ପୋଲିସ ଅଧିକାରୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆମେରିକାର ସାମ୍ବାଦିକ ସୁରକ୍ଷା କମିଟି (ସିପିଜେ) ପକ୍ଷରୁ ଦାବି କରାଯାଇଛି। ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସରେ ଖବର ସଂଗ୍ରହ ପାଇଁ ଯାଇଥିବା ଜଣେ ସାକ୍ଷୀଙ୍କୁ ହଇରାଣ କରିବା ସହ ଆକ୍ରମଣ କରିବା ଏବଂ ବେଆଇନ ଭାବେ ଅଟକ ରଖିବା ଘଟଣା ଭାରତରେ ମହିଳା ସାମ୍ବାଦିକମାନଙ୍କ ଅସୁରକ୍ଷିତ ପରିବେଶକୁ ସ୍ପଷ୍ଟ କରୁଛି ବୋଲି ସିପିଜେର ଏସିଆ ପ୍ରୋଗ୍ରାମ କୋଅର୍ଡିନେଟର ବେହ ଲିହ ୟି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri