Posted inଖେଳ

ଭିନେଶଙ୍କ ସମର୍ଥନରେ ବାହାରି ସାକ୍ଷୀ ମଲିକ

ନୂଆଦିଲ୍ଲୀ,୧୨ା୫: ଅବସରରୁ ଫେରିବାକୁ ନେଇ ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହ ଚାଲିଥିବା ବିବାଦରେ ଭିନେଶ ଫୋଗତଙ୍କ ସମର୍ଥନରେ ବାହାରିଛନ୍ତି ଅଲିମ୍ପିକ୍‌ ବ୍ରୋଞ୍ଜ ପଦକଧାରୀ ରେସଲର ସାକ୍ଷୀ ମଲିକ। ତାଙ୍କ ମତରେ ବିଶ୍ୱରେ ଅନେକ ଦେଶ ମାତୃତ୍ୱ ଲାଭ କରିଥିବା ଆଥଲେଟ୍‌ଙ୍କୁ ସାହାଯ୍ୟ କରିବା ପାଇଁ ନିୟମରେ କୋହଳ କରୁଥିବା ବେଳେ ଡବ୍ଲ୍ୟୁଏଫ୍‌ଆଇ ଭିନେଶଙ୍କ କ୍ଷେତ୍ରରେ ବାଧକ ସାଜୁଛି।

ଡବ୍ଲ୍ୟୁଏଫ୍‌ଆଇ ପକ୍ଷରୁ ଅଯୋଗ୍ୟ ଘୋଷଣା ହେବା ସତ୍ତ୍ୱେ ଭିନେଶ ଗୋଣ୍ଡାରେ ଚାଲିଥିବା ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ବେଳେ ନଜର ଆସିଥିଲେ। ଫେଡେରେଶନର କାରଣ ଦର୍ଶାଅ ନୋଟିସର ଉତ୍ତର ରଖିବା ସହ ପ୍ରତିବାଦ୍‌ ମଧ୍ୟ କରିଥିଲେ।

ମୋତେ ଏ ସମ୍ପର୍କରେ ମତ ରଖିବାକୁ କୁହାଯାଉଥିଲା। କିନ୍ତୁ ଭିନେଶ ଏକ ରାଜନୈତିକ ଦଳର ଜଣେ ବିଧାୟିକା ହୋଇଥିବାରୁ ତାଙ୍କ ଉପରେ ମତ ଦେବା ପୂର୍ବରୁ ମୁଁ ଗତ ଦୁଇ ୩ ଦିନ ହେଲା ଚିନ୍ତା କରିଥିଲି। କାରଣ ମୋର କୌଣସି ରାଜନୈତିକ ଦଳ ସହ କିଛି ନେବା ଦେବା ନାହିଁ। ହେଲେ ମୁଁ ଅନେକ ଦେଶର ଉଦାହରଣ ଦେଇପାରିବି, ଯେଉଁଠାରେ ଖେଳାଳିଙ୍କ ଲାଗି ନିୟମରେ କୋହଳ କରାଯାଇଛି। ଯାହା ଫଳରେ ମା’ ହେବା ପରେ ଜଣେ ଆଥଲେଟ୍‌ ଖେଳିବା ଜାରି ରଖିବା ସହ ଦେଶ ପାଇଁ ପଦକ ଜିତିପାରିବେ ବୋଲି ସାକ୍ଷୀ ଏକ ଭିଡିଓରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର…

‘ହିଂସାର ମୁକାବିଲା ସମାନ ଭାଷାରେ ଦିଆଯିବ’ – ଇରାନକୁ କଡ଼ା ଚେତାବନୀ ଦେଲେ ଆମେରିକାର ଉପରାଷ୍ଟ୍ରପତି

ଓ୍ବାଶିଂଟନ,୨୭।୬: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଉତ୍ତେଜନା ଦେଖାଦେଇଛି, ଯାହା ଦୁଇ ଦେଶ ମଧ୍ୟରେ…

ସରିବାକୁ ଯାଉଛି ଧାନ କିଣାବିକା ଅବଧି: ମଣ୍ଡିରେ ପଡିଛି ୪ଲକ୍ଷ ୩୮ହଜାର ବସ୍ତାଧାନ

ପଦ୍ମପୁର, ୨୭।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଗତ ଖରିଫ ଭଳି ଚଳିତବର୍ଷ ରବିରେ ମଧ୍ୟ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀ ବିଭିନ୍ନ ସମସ୍ୟାର…

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

India vs Ireland: ଦ୍ୱିତୀୟ ଟି-୨୦ରେ ଖେଳିବେ ବୈଭବ ସୂର୍ଯ୍ୟବଂଶୀ? ଲଜ୍ଜାଜନକ ପରାଜୟ ପରେ ବଢ଼ିଲା ଅଭିଯୋଗ

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚ ହାରିଗଲା, ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ନ ଦେବା ନିଷ୍ପତ୍ତିକୁ ନେଇ କଡ଼ା ସମାଲୋଚନାର…

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri