ସାକ୍ଷୀଗୋପାଳ ମନ୍ଦିର, ବକୁଳବନର ଉନ୍ନତିକରଣରେ ଖର୍ଚ୍ଚ ହେବ ୭ କୋଟି

ସାକ୍ଷୀଗୋପାଳ,୨୮।୭(ଡି.ଏନ୍‌.ଏ.): ଐତିହ୍ୟ ପୀଠ ବିକାଶ ଯୋଜନାରେ ଉନ୍ନତିକରଣ ହେବ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଏବଂ ଐତିହାସିକ ବକୁଳବନ। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ପୁରୀ ଜିଲାପାଳ ସମର୍ଥ ବର୍ମା ବୁଧବାର ମନ୍ଦିର ଓ ବକୁଳବନ ପରିଦର୍ଶନ କରି ଏହି ସୂଚନା ଦେଇଛନ୍ତି।

ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ସହ ଅତ୍ୟାବଶ୍ୟକ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ସାକ୍ଷୀଗୋପାଳ ମନ୍ଦିର ସଂଲଗ୍ନ ଅଞ୍ଚଳ ରାଧିକୁଣ୍ଡ, ଶ୍ୟାମକୁଣ୍ଡ ଓ ଚନ୍ଦନ ପୋଖରୀର ପୁନରୁଦ୍ଧାର କାମ କରାଯିବ। ବନବିଦ୍ୟାଳୟର ବିଲୁପ୍ତ ସ୍ମୃତିକୁ ସଜାଡି ପ୍ରଦର୍ଶନ କରାଯିବ। ୧୯ ଏକର ଜଙ୍ଗଲ ମଧ୍ୟରେ ରହିଥିବା ପାଦଚଲା ରାସ୍ତା, ବିଶ୍ରାମ ପୀଣ୍ଡି, ମୁକ୍ତ ପ୍ରେକ୍ଷାଳୟ, ଗ୍ୟାଲେରୀ, ଦୋକାନ ଗୃହର ମରାମତି କରିବା ସହ ଖାଲୁଆ ଜମିରେ ପୋଖରୀ ଖନନ, ପ୍ରାକୃତିକ ନାଳର ଉନ୍ନତି କରାଯାଇ ସେଠାରେ ନୌକାବିହାର, ଆଲୋକିକରଣ, ଚିଲଡ୍ରେନ୍ସ ପାର୍କ, ବଣଭୋଜି ସୁବିଧା, ଓପନଜିମ, କିମ୍ବଦନ୍ତୀକୁ ନେଇ ଅଡିଓ ଭିଜୁଆଲ ଇଣ୍ଟରପ୍ରିଟେସନ ସେଣ୍ଟର ସୁବିଧା କରାଯିବ। ବକୁଳବନ ସାକ୍ଷୀଗୋପାଳ ମନ୍ଦିର ମାଲିକାନାରେ ରହିଥିବାରୁ ବିକଶିତ ପରେ ଏହାର ସୁରକ୍ଷା ଓ ସୁପରିଚାଳନା ନିମନ୍ତେ ଏକ କମିଟି ଗଠନ କରାଯିବ ବୋଲି ଜିଲାପାଳ କହିଥିଲେ।

ଐତିହ୍ୟର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୭ କୋଟି ଟଙ୍କା ଅନୁଦାନ ପ୍ରଥମ ପର୍ଯ୍ୟାୟରେ ମଞ୍ଜୁର କରାଯାଇଛି ବୋଲି ସତ୍ୟବାଦୀ ବିଧାୟକ ସାମନ୍ତରାୟ ସୂଚନା ଦେଇଥିଲେ। ଏହି ଗସ୍ତରେ ସତ୍ୟବାଦୀ ତହସିଲଦାର ମନୋଜ କୁମାର ନାୟକ, ବ୍ଲକ ଚେୟାରମ୍ୟାନ ସସ୍ମିତା ପ୍ରଧାନ, ଉପାଧ୍ୟକ୍ଷ ବିକ୍ରମ ଜେନା, ରାଜ୍ୟ ପର୍ଯ୍ୟଟନ ବିଭାଗ ଅଧିକାରୀ ଲକ୍ଷ୍ମୀ ନାରାୟଣ ସିଂହ, ସ୍ଥପତି ସ୍ବାଗତ ଜେନା ଓ ପୁରୀ ପର୍ଯ୍ୟଟନ ଅଧିକାରୀ ସରୋଜ ପ୍ରଧାନ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri