ସାକ୍ଷୀଗୋପାଳ ମନ୍ଦିର, ବକୁଳବନର ଉନ୍ନତିକରଣରେ ଖର୍ଚ୍ଚ ହେବ ୭ କୋଟି

ସାକ୍ଷୀଗୋପାଳ,୨୮।୭(ଡି.ଏନ୍‌.ଏ.): ଐତିହ୍ୟ ପୀଠ ବିକାଶ ଯୋଜନାରେ ଉନ୍ନତିକରଣ ହେବ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଏବଂ ଐତିହାସିକ ବକୁଳବନ। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ପୁରୀ ଜିଲାପାଳ ସମର୍ଥ ବର୍ମା ବୁଧବାର ମନ୍ଦିର ଓ ବକୁଳବନ ପରିଦର୍ଶନ କରି ଏହି ସୂଚନା ଦେଇଛନ୍ତି।

ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ସହ ଅତ୍ୟାବଶ୍ୟକ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ସାକ୍ଷୀଗୋପାଳ ମନ୍ଦିର ସଂଲଗ୍ନ ଅଞ୍ଚଳ ରାଧିକୁଣ୍ଡ, ଶ୍ୟାମକୁଣ୍ଡ ଓ ଚନ୍ଦନ ପୋଖରୀର ପୁନରୁଦ୍ଧାର କାମ କରାଯିବ। ବନବିଦ୍ୟାଳୟର ବିଲୁପ୍ତ ସ୍ମୃତିକୁ ସଜାଡି ପ୍ରଦର୍ଶନ କରାଯିବ। ୧୯ ଏକର ଜଙ୍ଗଲ ମଧ୍ୟରେ ରହିଥିବା ପାଦଚଲା ରାସ୍ତା, ବିଶ୍ରାମ ପୀଣ୍ଡି, ମୁକ୍ତ ପ୍ରେକ୍ଷାଳୟ, ଗ୍ୟାଲେରୀ, ଦୋକାନ ଗୃହର ମରାମତି କରିବା ସହ ଖାଲୁଆ ଜମିରେ ପୋଖରୀ ଖନନ, ପ୍ରାକୃତିକ ନାଳର ଉନ୍ନତି କରାଯାଇ ସେଠାରେ ନୌକାବିହାର, ଆଲୋକିକରଣ, ଚିଲଡ୍ରେନ୍ସ ପାର୍କ, ବଣଭୋଜି ସୁବିଧା, ଓପନଜିମ, କିମ୍ବଦନ୍ତୀକୁ ନେଇ ଅଡିଓ ଭିଜୁଆଲ ଇଣ୍ଟରପ୍ରିଟେସନ ସେଣ୍ଟର ସୁବିଧା କରାଯିବ। ବକୁଳବନ ସାକ୍ଷୀଗୋପାଳ ମନ୍ଦିର ମାଲିକାନାରେ ରହିଥିବାରୁ ବିକଶିତ ପରେ ଏହାର ସୁରକ୍ଷା ଓ ସୁପରିଚାଳନା ନିମନ୍ତେ ଏକ କମିଟି ଗଠନ କରାଯିବ ବୋଲି ଜିଲାପାଳ କହିଥିଲେ।

ଐତିହ୍ୟର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୭ କୋଟି ଟଙ୍କା ଅନୁଦାନ ପ୍ରଥମ ପର୍ଯ୍ୟାୟରେ ମଞ୍ଜୁର କରାଯାଇଛି ବୋଲି ସତ୍ୟବାଦୀ ବିଧାୟକ ସାମନ୍ତରାୟ ସୂଚନା ଦେଇଥିଲେ। ଏହି ଗସ୍ତରେ ସତ୍ୟବାଦୀ ତହସିଲଦାର ମନୋଜ କୁମାର ନାୟକ, ବ୍ଲକ ଚେୟାରମ୍ୟାନ ସସ୍ମିତା ପ୍ରଧାନ, ଉପାଧ୍ୟକ୍ଷ ବିକ୍ରମ ଜେନା, ରାଜ୍ୟ ପର୍ଯ୍ୟଟନ ବିଭାଗ ଅଧିକାରୀ ଲକ୍ଷ୍ମୀ ନାରାୟଣ ସିଂହ, ସ୍ଥପତି ସ୍ବାଗତ ଜେନା ଓ ପୁରୀ ପର୍ଯ୍ୟଟନ ଅଧିକାରୀ ସରୋଜ ପ୍ରଧାନ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri