ସାକ୍ଷୀଗୋପାଳ ମନ୍ଦିରରେ ୧୪୪ ଧାରା ଜାରି: ଆଜି ମଧ୍ୟରାତ୍ରିରୁ ହେବ କାର୍ଯ୍ୟକାରୀ

ସାକ୍ଷୀଗୋପାଳ,୨୨ା୧୧(ଡି.ଏନ୍‌.ଏ.): ରାତି ପାହିଲେ ପାଳନ ହେବ ପବିତ୍ର ଅଁଳା ନବମୀ। ତେବେ ଏହା ପୂର୍ବରୁ ପୁରୀ ଜିଲାର ସାକ୍ଷୀଗୋପାଳ ମନ୍ଦିରରେ ୧୪୪ ଧାରା ଲାଗୁ ହୋଇଛି। କରୋନା ମହାମାରୀ ଏବଂ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି। ରବିବାର ମଧ୍ୟରାତ୍ରିରୁ ଏହା କାର୍ଯ୍ୟକାରୀ ହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

ମନ୍ଦିର ଚତୁଃପାର୍ଶ୍ୱରେ ୨୦୦ ମିଟର ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ ହେବ। ସେହିପରି ଚନ୍ଦନପୋଖରୀଠାରୁ ସିଦ୍ଧବକୁଳ ପର୍ଯ୍ୟନ୍ତ କଟକଣା ଜାରି କରାଯାଇଛି। ନଭେମ୍ବର ୨୫ (ବଡ଼ ଏକାଦଶୀ) ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ପ୍ରଶାସନ ସୂତ୍ରରୁ ପ୍ରକାଶ।

ଅଁଳା ନବମୀ ଉପଲକ୍ଷେ ସାକ୍ଷୀଗୋପାଳ ମନ୍ଦିରରେ ପ୍ରତିବର୍ଷ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥାଏ। ମାତ୍ର କରୋନା ମହାମାରୀ ଯୋଗୁ ପ୍ରଶାସନ ଚଳିତ ବର୍ଷ ଏହି କଟକଣା ଲାଗୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଆସନ୍ତା ୨ ଦିନ ଯାଏ ଏହି ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୩୧ା୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା…

ନେପାଳ ବନ୍ୟା ବିଭୀଷିକା: ଗଞ୍ଜାମ ଦମ୍ପତିଙ୍କ ସହ ଝିଅ-ପୁଅ ମୃତ, ଜଳଖିଆ ଖାଉଥିବାବେଳେ ମାଡ଼ିଆସିଲା ପାଣି

ଦିଗପହଣ୍ଡି,୩୧ା୮(ଅଶେଷ ନାଥ ମିଶ୍ର): ନେପାଳର ତ୍ରିଶୂଳୀ ନଦୀରେ ଭୟଙ୍କର ବନ୍ୟା ବିଭୀଷିକାରେ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ନିକଟ ସାରୁ ଗ୍ରାମର ମୂଳବାସିନ୍ଦା ମନ୍ମଥ ପାଢ଼ୀଙ୍କ ଝିଅ ସୁରଭି(୪୪)…

ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କ ଘରୁ ତଲାସୀ ବେଳେ ମିଳିଲା ୭.୨୯ ଲକ୍ଷ ଟଙ୍କା, ୩୦୦ ଗ୍ରାମ ସୁନା ଗହଣା

କେନ୍ଦୁଝର,୩୧।୮,(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସାରେ, କେନ୍ଦୁଝରର ଜିଲା ଶ୍ରମ ଅଧିକାରୀ, ଆକାଶ ବିଶୋଇ ଜଣେ ବୈଦ୍ୟୁତିକ ଠିକାଦାରଙ୍କ ଠାରୁ ଶ୍ରମିକ ଲାଇସେନ୍ସ ପ୍ରଦାନ କରିବା ପାଇଁ…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri