ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିବା ବେଳେ ସାଳନ୍ଦୀ ନଦୀ ରବିବାର ରାତିରୁ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି।

ଭଦ୍ରକ ସହର ନିକଟସ୍ଥ ରାଜଘାଟଠାରେ ସାଳନ୍ଦୀ ନଦୀର ବିପଦ ସଙ୍କେତ ୧୭ ଫୁଟ ଥିବା ବେଳେ ସୋମବାର ପୂର୍ବାହ୍ନ ୧୧ଟା ସୁଦ୍ଧା ଜଳସ୍ତର ୧୭.୭୦ ଫୁଟରେ ପହଞ୍ଚିଛି। ସେହିପରି ବୈତରଣୀ ନଦୀର ଆଖୁଆପଦାଠାରେ ବିପଦ ସଙ୍କେତ ୧୮.୩୩ ମିଟର ଥିବା ବେଳେ ପୂର୍ବାହ୍ନ ୧୧ଟା ସୁଦ୍ଧା ଜଳସ୍ତର ୧୮.୦୩ ମିଟର ରହିଛି।ହଦଗଡ଼ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ପାଇଁ ସାଳନ୍ଦୀ ନଦୀକୁ ପାଣି ଛଡ଼ାଯାଉଥିବାରୁ ନଦୀର ଜଳସ୍ତର କ୍ରମାଗତ ଭାବେ ବଢ଼ୁଛି। ଏଥିଯୋଗୁଁ ନଦୀ ତଳିଆ ଅଞ୍ଚଳର ଲୋକେ ଏବେ ଭୟଭୀତ ଅବସ୍ଥାରେ ରହିଛନ୍ତି।

ସାଳନ୍ଦୀ ଓ ଏହାର ଉପନଦୀ ନାଳିଆରେ ବନ୍ୟାଜଳ ବୃଦ୍ଧି ପାଇବା ଯୋଗୁଁ ଭଦ୍ରକ ବ୍ଲକର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଭଦ୍ରକ ବ୍ଲକର ଅନ୍ନପାଳ, ସାବରଙ୍ଗ, ରାଜମୁକୁନ୍ଦପୁର ଏବଂ ତିହିଡ଼ି ବ୍ଲକର ବାରସର, ବୋଡ଼କ, ତଳ ଗୋପବିନ୍ଧା ସମେତ ଅନେକ ପଞ୍ଚାୟତ ପାଣିଘେରରେ ରହିଛି। ଅନେକ ଅଞ୍ଚଳରେ ରାସ୍ତାଘାଟ ଓ ଚାଷଜମି ଜଳମଗ୍ନ ହୋଇପଡ଼ିଛି।ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଏପରି ସ୍ଥିତିରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ବନ୍ୟା ମୁକାବିଲା ପାଇଁ ଆବଶ୍ୟକ ସମସ୍ତ ବ୍ୟବସ୍ଥା କରାଯାଇଥିବା ବେଳେ ବିଭାଗୀୟ ଅଧିକାରୀମାନେ ସଜାଗ ରହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର

ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ…

ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…

ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…

ନୀତିନ ନବୀନଙ୍କ ନୂଆ ଦଳରେ କିଏ ସାମିଲ ହେଲେ? ବିନୋଦ ତାୱଡେଙ୍କ ସମେତ ତିନି ଜଣଙ୍କ ନାମ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସାଂଗଠନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି। ନୀତିନ ନବୀନ ଦଳର ସଭାପତି ଭାବରେ ଦାୟିତ୍ୱ ନେବା ମାତ୍ରେ ଏ ସମ୍ପର୍କରେ…

ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର…

UGC-NET: ‘ଭୁଲ NTA କରୁଛି, ଦଣ୍ଡ ଛାତ୍ରୀଛାତ୍ର ଭୋଗୁଛନ୍ତି’, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୭।୮: UGC-NETର ଇଂରାଜୀ, କମର୍ସ ଓ ସୋସିଓଲୋଜି ୩ଟି ପରୀକ୍ଷା ବାତିଲ ହେବା ପରେ କେନ୍ଦ୍ର ସରକାର ଓ NTAକୁ ଟାର୍ଗେଟ୍ କରିଛନ୍ତି ଲୋକ ସଭାର ବିରୋଧୀ…

ନୃତ୍ୟାଶା ସମ୍ମାନ ୨୦୨୬: ପଦ୍ମଶ୍ରୀ ଗୁରୁ ଦୁର୍ଗାଚରଣ ରଣବୀର ସମ୍ମାନୀତ

ଭୁବନେଶ୍ୱର,୧୭।୮: ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ପ୍ରଚାର, ପ୍ରସାର ଏବଂ ଏହାର ଅମୂଲ ପରମ୍ପରାର ସୁରକ୍ଷା ପାଇଁ ନିରନ୍ତର କାର୍ଯ୍ୟରତ ଅନୁଷ୍ଠାନ ‘ନୃତ୍ୟାଶା’ ପକ୍ଷରୁ ଆୟୋଜିତ ଅଷ୍ଟମ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri