Posted inଭଦ୍ରକ

ଧସିଲା ସାଳନ୍ଦୀ ସୁରକ୍ଷାବନ୍ଧ

ଆରଡ଼ି,୬ା୨ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତର ଶୀତଳପୁର ନିକଟରେ ପ୍ରବାହିତ ସାଳନ୍ଦୀର ସୁରକ୍ଷାବନ୍ଧ ଶୁକ୍ରବାର ବିଳମ୍ବିତ ରାତିରେ ନଦୀ ମଧ୍ୟକୁ ପ୍ରାୟ ୭୦ ଫୁଟ୍‌ ଧସିଯାଇଛି। ପ୍ରବଳ ବର୍ଷା ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିବା ଜଣାପଡ଼ିଛି। ସୁରକ୍ଷାବନ୍ଧ ଧସିବା ଫଳରେ ନଦୀ କୂଳରେ ଥିବା ୧୦ ପରିବାର ମଧ୍ୟରୁ ୪ ଜଣଙ୍କ ଘରେ ଚଟାଣ ଦବିଯିବା ସହ କାନ୍ଥରେ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ଏଥିସହ ୨ଟି ଗୁହାଳ ମଧ୍ୟ ନଦୀ ଆଡ଼କୁ ଢଳି ପଡ଼ିଛି। ୪ ପରିବାର ଲୋକେ ଭୟଭୀତ ହୋଇ ନିଜ ଘର ଛାଡ଼ି ଗ୍ରାମର ପଡ଼ୋଶୀ ଘରକୁ ଚାଲିଯାଇଛନ୍ତି।
ଯେ, ପ୍ରତିବର୍ଷ ଏଭଳି ସମସ୍ୟା ଦେଖାଦେଉଥିଲେ ବି ଜଳସେଚନ ବିଭାଗର ଖାମଖିଆଲି ଯୋଗୁ ପରିସ୍ଥିତିରେ ସୁଧାର ଆସୁନାହିଁ। ନଦୀକୁ ଧସିଥିବା ସୁରକ୍ଷା ବନ୍ଧ ଗ୍ରାମରାସ୍ତା ହୋଇଥିବାରୁ ଲୋକଙ୍କ ଯା’ଆସରେ ବାଧା ଉପୁଜିଛି। ପିଲାମାନେ ଉକ୍ତ ରାସ୍ତା ଦେଇ ବିଦ୍ୟାଳୟକୁ ଯାଇଥାନ୍ତି। ଏହା ଧସିବା ଫଳରେ ସେମାନେ ଅସୁବିଧାର ସମ୍ମୁଖୀନ ହେବେ। ଏହାବ୍ୟତୀତ କୁମ୍ଭୀର ଭୟରେ ସୁରକ୍ଷାବନ୍ଧ ପାର୍ଶ୍ୱରେ ଗ୍ରାମବାସୀ ବାଉଁଶ ପୋତି ଜାଲ ବାନ୍ଧିଥିଲେ। ନଦୀ ମଧ୍ୟକୁ ଚାଲି ଯାଇଥିବାରୁ କୁମ୍ଭୀର ଗଁା ଦାଣ୍ଡକୁ ଉଠିଆସିବାର ଆଶଙ୍କା ପ୍ରକାଶ କରିଛନ୍ତି ସ୍ଥାନୀୟ ଲୋକେ। ତୁରନ୍ତ ଏଠାରେ ସ୍ଥାୟୀ ମରାମତି ଲାଗି ପଦକ୍ଷେପ ନିଆଯିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଉପଖଣ୍ଡ ଅଧିକାରୀ ଶଙ୍କର୍ଷଣ ବେହେରାଙ୍କୁ ପଚାରିବାରୁ ଅନୁଧ୍ୟାନ କରାଯାଇ ଖୁବ୍‌ଶୀଘ୍ର ମରାମତି କାର୍ଯ୍ୟ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଭାଜପାରୁ ଲଢ଼ିବେ ବାଣୀକଲ୍ୟାଣ

ବାସୁଦେବପୁର,୨୮।୪(ନାରାୟଣ ପ୍ରସାଦ ବାରିକ୍‌)ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ନବାଗତ ଯୁବନେତା ବାଣୀକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଭାଜପା ଶନିବାର ଘାଷଣା କରିଛି। ଯୁବ...

କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri