ମେୟର, ଡେପୁଟି ମେୟରଙ୍କ ଦରମା ବଢାଇଲେ ରାଜ୍ୟ ସରକାର, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୩।୩(ଅସମାପିକା ସାହୁ): ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ, ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡ଼ିଶା ମ୍ୟୁନିସିପାଲ କର୍ପୋରେଶନ ନିୟମ- ୨୦୦୪ ଓ ଓଡ଼ିଶା ମ୍ୟୁନିସିପାଲିଟି ନିୟମ-୧୯୫୩ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି।

ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ ପାରିତୋଷିକ ଭାବରେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଡେପୁଟି ମେୟରମାନଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ ରୁ ୧୫ ହଜାର ଟଙ୍କାକୁ, ଉପଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଏନ.ଏ.ସି. ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧,୦୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ରୁ ୭,୫୦୦ ଟଙ୍କାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନଏସିର କାଉନସିଲରଙ୍କ ଭତ୍ତା ୧୫୦ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦ୍‌ ବ୍ୟତୀତ ମହାନଗର ନିଗମର ଷ୍ଟାଣ୍ଡିଙ୍ଗ୍‌ କମିଟିର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ।

ପୌରାଞ୍ଚଳଗୁଡିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଅନୁକମ୍ପା ସହାୟତା ଲାଗୁ କରାଯିବା ବିଷୟ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖାଯାଇଥିବା ବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଯଥାକ୍ରମେ ୨ ଲକ୍ଷ ଓ ୧ ଲକ୍ଷ ଟଙ୍କା ରଖାଯାଇଛି। ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ। ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri