ସପ୍ତମ ବେତନ ହାରରେ ଦରମା ଦାବି:ଧାରଣାରେ ବସିଲେ ପ୍ୟାକ୍ସ କର୍ମଚାରୀ

ବରଗଡ଼,୨୮।୨(ପ୍ରେମାନନ୍ଦ ଖମାରୀ):ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ରେ କାର୍ଯ୍ୟରତ କର୍ମଚାରୀମାନେ ବିଭିନ୍ନ ଦାବି ନେଇ ଗୁରୁବାର ବରଗଡ଼ ଉପ ନିବନ୍ଧକ, ସମବାୟ ସମିତି ସମୂହଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ଏଥି ସହିତ ସେମାନଙ୍କ ଦାବି ସମୂହ ନେଇ ସମବାୟ ସମିତିର ନିବନ୍ଧକଙ୍କ ଉଦ୍ଦେଶ୍ୟରେ କର୍ମଚାରୀମାନେ ବରଗଡ଼ ଉପ ନିବନ୍ଧକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଦାବିପତ୍ରରେ ସପ୍ତମ ବେତନ ହାରରେ ଦରମା, ପଦୋନ୍ନତି ଆଦି ଦାବି କରାଯାଇଛି। ଦାବି ପୂରଣ ନ ହେଲେ ସେମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦିଆଯାଇଛି।
ଦାବିପତ୍ରରେ ଉଲ୍ଲେଖ ରହିଛି, ପ୍ରାଥମିକ ସମବାୟ ସମିତିର କର୍ମଚାରୀମାନେ କୃଷିକାର୍ଯ୍ୟରେ ସବସିଡ଼ିରେ ବିହନ ଯୋଗାଣ, ରାସାନିକ ସାର, କୀଟନାଶକ ଯୋଗାଣ, କୃଷି ଉପକରଣ ଓ ଯନ୍ତ୍ରପାତି ଋଣ, କୃଷିଋଣ, ପ୍ରଧାନମନ୍ତ୍ରୀ ଫସଲବୀମାରେ ପଞ୍ଜୀକରଣ, ଗ୍ରାମାଞ୍ଚଳର ଚାଷୀଙ୍କୁ ବ୍ୟାଙ୍କିଙ୍ଗ୍‌ ସୁବିଧା ଯୋଗାଇବା, ଧାନ ସଂଗ୍ରହ ଆଦି ଯୋଜନାରେ କାର୍ଯ୍ୟ କରି ଆସୁଛନ୍ତି। କିନ୍ତୁ ସେମାନଙ୍କ ପ୍ରତି ରାଜ୍ୟ ସରକାର ଅଣଦେଖା ମନୋଭାବ ପୋଷଣ କରି ଆସୁଥିବା କର୍ମଚାରୀମାନେ ଅଭିଯୋଗ କରିଛନ୍ତି। ରାଜ୍ୟର ବିଭିନ୍ନ ବିଭାଗର କର୍ମଚାରୀମାନଙ୍କୁ ସପ୍ତମ ବେତନ ହାରରେ ଦରମା ପ୍ରଦାନ କରାଯାଉଛି। ମାତ୍ର ଏଥିରେ ସମବାୟ ସମିତିର କର୍ମଚାରୀଙ୍କୁ ବାଦ୍‌ ଦିଆଯାଇଛି। ତେଣୁ ଉକ୍ତ ପତ୍ରକୁ ସରଳୀକରଣ କରାଯାଇ ସମିତିରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ ସପ୍ତମ ବେତନ ହାରରେ ଦରମା ପ୍ରଦାନ ପାଇଁ ଦାବି ହୋଇଛି।
ସେହିପରି ସମବାୟ ସମିତିରେ କାର୍ଯ୍ୟରତ କର୍ମଚାରୀଙ୍କ ଅଭିଜ୍ଞତା, ବରିଷ୍ଠତା, ଶିକ୍ଷାଗତ ଯୋଗ୍ୟତା, କାର୍ଯ୍ୟଦକ୍ଷତାକୁ ଭିତ୍ତି କରି କେନ୍ଦ୍ର ବ୍ୟାଙ୍କକୁ ପଦୋନ୍ନତି ଦେବା ପାଇଁ ନିର୍ଦ୍ଦେଶ ରହିଛି। କିନ୍ତୁ ତାକୁ ଅଣଦେଖା କରି ସିଧାସଳଖ ବ୍ୟାଙ୍କରେ ନିଯୁକ୍ତି ଦିଆଯାଉଥିବା ଅଭିଯୋଗ ହୋଇଛି। ଏ ଦିଗରେ ମଧ୍ୟ ପଦକ୍ଷେପ ନେବାକୁ ଦାବି ହୋଇଛି। ଏହା ସହିତ ସମିତିର ସଭ୍ୟମାନଙ୍କଠାରୁ ସଂଗୃହୀତ ଅଂଶଧନର ମାତ୍ର ୫୦ପ୍ରତିଶତ କେନ୍ଦ୍ର ବ୍ୟାଙ୍କରେ ଜମା ରଖିବା, ଧାନ ସଂଗ୍ରହ ବ୍ୟବସ୍ଥାରୁ ମିଳୁଥିବା କମିଶନ ଟଙ୍କାର ସୁଧରେ ଧାନ ବ୍ୟବସାୟ, ଚାଷୀ ପଞ୍ଜୀକରଣ, ଯାଞ୍ଚ ପ୍ରକ୍ରିୟା, ସାଟେଲାଇଟ୍‌ ସର୍ଭେକ୍ଷଣ ଆଦିରେ ନିୟୋଜିତ କର୍ମଚାରୀଙ୍କ ଦରମା, ଧାନ ବ୍ୟବସାୟରେ ବ୍ୟବହୃତ କାଗଜ, କମ୍ପ୍ୟୁଟର, ପ୍ରିଣ୍ଟର ଆଦି ଖର୍ଚ୍ଚ ଭରଣା କରିବା, ସମବାୟ ସମିତିର ସମ୍ପାଦକଙ୍କ ସମେତ ସମସ୍ତ କର୍ମଚାରୀଙ୍କୁ କ୍ୟାଡ଼ରଭୁକ୍ତ କରାଯିବା ଆଦି ଦାବି ହୋଇଛି। ଧାରଣାରେ ବରଗଡ଼ ଜିଲାରେ ରହିଥିବା ସମସ୍ତ ସମବାୟ ସମିତିର କର୍ମଚାରୀମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri