କୁଶଳୀ କାରିଗର ଭିତ୍ତିରେ ଦରମା ପ୍ରଦାନ: ନଚେତ ଅନିର୍ଦ୍ଦିଷ୍ଟ କାଳ ଧାରଣା ସହ ବିକ୍ଷୋଭ ଚେତାବନୀ

ଲାଞ୍ଜିଗଡ଼,୨୧ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଗ୍ରାମୀଣ ଜଳଯୋଗାଣ ସଂଘ ତରଫରୁ ୧୦ଦଫା ସମ୍ବଳିତ ଦାବିପତ୍ର ବିଡିଓ ଶଶାଙ୍କ ପାତ୍ରଙ୍କୁ ପ୍ରଦାନ କରାଯାଇଛି। ପ୍ରମୁଖ ଦାବି ମଧ୍ୟରେ କୁଶଳୀ କାରିଗର ଭିତ୍ତିରେ ଦରମା ପ୍ରଦାନ, ନଳକୂପ କାରିଗର ଓ ପମ୍ପ ଚାଳକମାନଙ୍କୁ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଦ୍ବାରା ବ୍ଲକ ମାଧ୍ୟମରେ ଦରମା ବୃଦ୍ଧି, ନଳକୂପ କାରିଗର ଓ ପମ୍ପ ଚାଳକମାନଙ୍କୁ ମେଘା ପ୍ରୋଜେକ୍ଟଠାରେ ନିୟମିତ ନିଯୁକ୍ତି, ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ରେ ଖାଲି ଥିବା ପଦବୀରେ ନଳକୂପ କାରିଗର ଓ ପମ୍ପ ଚାଳକଙ୍କୁ ନିଯୁକ୍ତି, କାର୍ଯ୍ୟ କରୁଥିବା ସମୟରେ ଦୁର୍ଘଟଣା ଜନିତ ମୃତ୍ୟୁ ହେଲେ ପରିବାର ବର୍ଗଙ୍କୁ ୨୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ ସହ ପରିବାରର ଜଣଙ୍କୁ ନିଯୁକ୍ତି, ଦୁର୍ଘଟଣାରେ ଶାରୀରିକ ଅକର୍ମଣ୍ୟ ହେଲେ ୧୦ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ରାଶି ପ୍ରଦାନ ଅନ୍ୟତମ। ଦାବିପତ୍ର ପ୍ରଦାନ ସମୟରେ ଲାଞ୍ଜିଗଡ଼ ବ୍ଲକର ଜଳଯୋଗାଣ ସଂଘ ଉପସଭାପତି ଚନ୍ଦ୍ରମଣି ବେହେରା, ସମ୍ପାଦକ ଡମ୍ବରୁ ନାଏକ ଚିତ୍ତରଞ୍ଜନ ପାତ୍ର, ଭଦ୍ର ମାଝୀ, ନବୀନ ସାହୁ, ପ୍ରକାଶ ଚଣ୍ଡୀ, ଅଶୋକ ଛତ୍ରିଆ, ଦୁଃଶାସନ ମାଝୀଙ୍କ ସମେତ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଉକ୍ତ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଳ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri