ତହସିଲଦାର ସମେତ ୩୦ କର୍ମଚାରୀଙ୍କ ଦରମା ବନ୍ଦ

ରାୟଗଡ଼ା ଅଫିସ,୨ା୯: କର୍ତ୍ତବ୍ୟରେ ଅବହେଳା ବିରୋଧରେ ରାୟଗଡ଼ା ଜିଲାପାଳ ସ୍ବଧାଦେବ ସିଂ ଶୁକ୍ରବାର ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। କାଶୀପୁର ତହସିଲଦାରଙ୍କ ସମେତ ତହସିଲ କାର୍ଯ୍ୟାଳୟର ୩୦ କର୍ମଚାରୀଙ୍କ ମାସକର ଦରମା ବନ୍ଦ କରିଛନ୍ତି।
ସୂଚନାଯୋଗ୍ୟ, ଜିଲାର ବିଭିନ୍ନ ତହସିଲ କାର୍ଯ୍ୟାଳୟରେ ଅନେକ ସମୟରେ କର୍ମଚାରୀଙ୍କ ଅନୁପସ୍ଥିତି, ଠିକ୍‌ ସମୟରେ ଲୋକଙ୍କୁ ସେବା ପ୍ରଦାନ କରାଯାଉ ନ ଥିବାରୁ ଲୋକେ ନିରାଶ ହୋଇ ଫେରିବା ଏବଂ ସରକାରୀ ଯୋଜନାଗୁଡ଼ିକ କାର୍ଯ୍ୟକାରୀ ହେବାରେ ବିଳମ୍ବ ଘଟୁଥିବା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ପହଞ୍ଚିଥିଲା। ବିଶେଷକରି କାଶୀପୁର ତହସିଲ କାର୍ଯ୍ୟାଳୟରେ ଲୋକେ ସେବା ନ ପାଇ ଅଧିକ ହଇରାଣ ହେଉଥିବା ଜିଲାପାଳଙ୍କ ନଜରକୁ ଆସିଥିଲା। ଶୁକ୍ରବାର ଜିଲାପାଳ ରାଜସ୍ବ ବିଭାଗ ଅଧିକାରୀଙ୍କୁ ନେଇ ସମୀକ୍ଷା ବୈଠକ କରିଥିବାବେଳେ ଏ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ। ବୈଠକ ପରେ ଜିଲାପାଳ କାଶୀପୁର ତହସିଲଦାର ଏବଂ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ଜିଲାର ଅନ୍ୟ ସମସ୍ତ ତହସିଲଦାରଙ୍କୁ ତାଗିଦକରି ତୁରନ୍ତ ରାଜସ୍ବ ମାମଲାଗୁଡ଼ିକର ଫଇସଲା କରିବାକୁ କହିଥିଲେ। ପ୍ରତ୍ୟେକ ବ୍ଲକରେ ହେବାକୁ ଥିବା ମିନି ଷ୍ଟାଡିୟମ ପାଇଁ ତୁରନ୍ତ ୫ ଏକର ଜାଗା ଚିହ୍ନଟ, ବସ୍‌ଷ୍ଟାଣ୍ଡ ପାଇଁ ଜାଗା ପ୍ରଦାନ, ମିଶନ ଶକ୍ତି ଗୃହ ପାଇଁ ରାୟଗଡ଼ା ତହସିଲ ପକ୍ଷରୁ ଶୀଘ୍ର ଜାଗା ଚିହ୍ନଟ କରିବାକୁ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଅତିରିକ୍ତ ଜିଲାପାଳ ସୋମନାଥ ପ୍ରଦାନ, ଗୁଣପୁର ଉପଜିଲାପାଳ ସୋମନାଥ ଦଳବେହେରା, ରାୟଗଡ଼ା ଉପଜିଲାପାଳ ଭୀମସେନ ଶବରଙ୍କ ସମେତ ଜିଲାର ସମସ୍ତ ତହସିଲଦାର ଉପସ୍ଥିତ ଥିଲେ। ତେବେ କାଶୀପୁର ତହସିଲଦାର ଓ କର୍ମଚାରୀଙ୍କ ଦରମା ବନ୍ଦ ବିଷୟରେ ଜିଲାପାଳଙ୍କୁ ପଚାରିବାରୁ ସେ କହିଛନ୍ତି, ଏହା ପ୍ରଶାସନିକ ସ୍ତରର ନିଷ୍ପତ୍ତି। ତେଣୁ ଏ ବିଷୟରେ କୌଣସି ସୂଚନା ଦେଇପାରିବେ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri