Posted inଜାତୀୟ

ବିଏଲ୍‌ଓ, ସୁପରଭାଇଜରଙ୍କ ପାରିଶ୍ରମିକ ବଢ଼ିଲା

ନୂଆଦିଲ୍ଲୀ,୩୦ା୧୧: ନିର୍ବାଚନ କମିଶନ ଶନିବାର ବୁଥ୍‌ସ୍ତରୀୟ ଅଫିସର (ବିଏଲ୍‌ଓ)ମାନଙ୍କ ପାରିଶ୍ରମିକକୁ ୬,୦୦୦ ଟଙ୍କାରୁ ୧୨,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ସେହିପରି ବିଏଲ୍‌ଓ ସୁପରଭାଇଜରମାନଙ୍କ ପାରିଶ୍ରମିକ ୧୨,୦୦୦ ଟଙ୍କାରୁ ୧୮,୦୦୦ ଟଙ୍କାକୁ ବଢ଼ାଇ ଦିଆଯାଇଛି। ପ୍ରତି ନିର୍ବାଚନ ସହ ଜଡ଼ିତ ପୂରା ପ୍ରକ୍ରିୟା କାଳ ପାଇଁ ଏହି ବର୍ଦ୍ଧିତ ପାରିଶ୍ରମିକ ମିଳିବ।

ନିର୍ବାଚନ ପଞ୍ଜୀକରଣ ଅଫିସର (ଇଆର୍‌ଓ), ସହକାରୀ ନିର୍ବାଚନ ପଞ୍ଜୀକରଣ ଅଫିସର (ଏଇଆର୍‌ଓ), ବିଏଲ୍‌ଓ ସୁପରଭାଇଜର ଏବଂ ବିଏଲ୍‌ଓମାନଙ୍କୁ ନେଇ ନିର୍ବାଚନ କଳ ଗଠିତ। ନିରପେକ୍ଷ ଏବଂ ସ୍ବଚ୍ଛ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଏମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିଥାଏ। ତେଣୁ ବିଏଲ୍‌ଓମାନଙ୍କ ପାରିଶ୍ରମିକ ଦୁଇଗୁଣ କରିବା ସହ ବିଏଲ୍‌ଓ ସୁପରଭାଇଜରଙ୍କ ପାରିଶ୍ରମିକ ବଢ଼ାଇବାକୁ ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି।

ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଅତ୍ୟଧିକ କାର୍ଯ୍ୟଚାପରୁ ଇତିମଧ୍ୟରେ କେତେଜଣ ବିଏଲ୍‌ଓ ଆତ୍ମହତ୍ୟା କରିବା ସହ ଅନ୍ୟ କେତେଜଣଙ୍କ ମୃତ୍ୟୁ ଘଟିଥିବା ଖବର ପ୍ରକାଶ ପାଇଥିଲା। ଅତ୍ୟଧିକ କାର୍ଯ୍ୟଚାପ ବିରୋଧରେ ପଶ୍ଚିମବଙ୍ଗର ବିଏଲ୍‌ଓମାନେ କୋଲକାତାସ୍ଥିତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିବା ସହ ଅଫିସ୍‌ରେ ପ୍ରବେଶ ଉଦ୍ୟମ କରିବାରୁ ପୋଲିସ ସହ ଧସ୍ତାଧସ୍ତି ହୋଇଥିଲା। ଏସ୍‌ଆଇଆର୍‌ କାର୍ଯ୍ୟରେ ନିୟୋଜିତ ବିଏଲ୍‌ଓମାନେ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଅନୁଧ୍ୟାନ କରିବା ପାଇଁ ଭାଜପା ଏହାର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତରୁନ ଚୁଗ୍‌ଙ୍କ ଅଧ୍ୟକ୍ଷତାରେ ଏକ ୭ ଜଣିଆ ଜାତୀୟ ସମନ୍ବୟ ଟିମ୍‌ ଗଠନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri