ପ୍ରଧାନ ଶିକ୍ଷକ, ୨ କର୍ମଚାରୀଙ୍କ ଦରମା ବନ୍ଦ

କେନ୍ଦୁଝର,୧୫ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର (ପିଏଆଇଟିଡିଏ) ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ତପନ କୁମାର ନାୟକ ଗୁରୁବାର ଅଚାନକ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ପରିଚାଳିତ ୨ ଆଶ୍ରମ ସ୍କୁଲ ପରିଦର୍ଶନ କରିଛନ୍ତି। କାର୍ଯ୍ୟରେ ଅବହେଳା ନେଇ ଜଣେ ପ୍ରଧାନ ଶିକ୍ଷକଙ୍କ ସମେତ ୩ ଜଣଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାବ୍ୟତିତ ଜଣେ ପ୍ରଧାନ ଶିକ୍ଷକଙ୍କ ସମେତ ୩ ଜଣ କର୍ମଚାରୀଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ଚେତାବନୀ ଦେଇଥିଲେ।
ପ୍ରଥମେ ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ଖଜୁରିବାଣୀ ଆଶ୍ରମ ସ୍କୁଲ ପରିଦର୍ଶନ କରିଥିଲେ। ସେଠାରେ ହଷ୍ଟେଲ ପରିସର ସଫାସୁତୁରା ନଥିବା ବେଳେ ଅସ୍ବାସ୍ଥ୍ୟକର ପରିବେଶରେ ଅନ୍ତେବାସୀ ରହୁଥିବା ଦେଖିଥିଲେ। ବିଦ୍ୟାଳୟର ସିସିଏ ବିଶ୍ୱନାଥ ମହାନ୍ତଙ୍କ ଦରମା ବନ୍ଦ ପାଇଁ ଜିଲା ମଙ୍ଗଳ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ସହିତ ପ୍ରଧାନଶିକ୍ଷକ ଲକ୍ଷ୍ମୀଧର ସାହୁ, ହଷ୍ଟେଲ ସହକାରୀ ପରିଚାଳକ ଏବଂ ଅନ୍ୟ ଜଣେ ସିସିଏଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ଚେତାବନୀ ଦେଇଛନ୍ତି। ପୁନଃ ପରିଦର୍ଶନ ସମୟରେ ଅବ୍ୟବସ୍ଥା ପରିଲକ୍ଷିତ ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତବାନୀ ଦେଇଛନ୍ତି। ପରେ ହରିଚନ୍ଦନପୁର ବ୍ଲକ୍‌ର ଜଙ୍ଗିରା ଆଶ୍ରମ ସ୍କୁଲ ପରିଦର୍ଶନ କରିଥିଲେ। ସେଠାରେ ପ୍ରଧାନ ଶିକ୍ଷକ ମନୋରଞ୍ଜନ ପାତ୍ର ମଧ୍ୟାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଆସି ନ ଥିବା ଦେଖିଥିଲେ। ବିନା ଛୁଟି ଦରଖାସ୍ତରେ ସ୍କୁଲରେ ଅନୁପସ୍ଥିତ ଥିବାରୁ ତାଙ୍କର ଦରମା ବନ୍ଦ ପାଇଁ ଜିଲା ମଙ୍ଗଳ ଅଧିକାରୀ ପ୍ରବୀର କୁମାର ଦେଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଏହି ବିଦ୍ୟାଳୟର ପିଅନ ବିଦେଶୀ ମହାନ୍ତ ତାଙ୍କ କାର୍ଯ୍ୟ ଠିକ୍‌ ଭାବରେ କରୁ ନ ଥିବା ଦେଖି ତାଙ୍କର ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri