ପ୍ରଧାନ ଶିକ୍ଷକଙ୍କ ଦିନକର ଦରମା ବନ୍ଦ

କେନ୍ଦୁଝର,୪ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ମଲଦା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉପସ୍ଥାନ ଖାତାରେ ପରଦିନର ଦସ୍ତଖତ ପୂର୍ବଦିନ କରି ଧରାପଡ଼ିଥିଲେ। ଏନେଇ ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ତାଙ୍କର ଦିନକର ଦରମା ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ୍‌ କରିଛନ୍ତି।
ସୂଚନା ଅନୁଯାୟୀ, ଜାନୁୟାରୀ ୩୦ରେ ଜିଲା ଶିକ୍ଷାଧିକାରୀ ବିଦ୍ୟାଳୟକୁ ଦିନ ୧୦ଟାରେ ପରିଦର୍ଶନରେ ଯାଇଥିଲେ। ସେ ସମୟରେ ପ୍ରଧାନଶିକ୍ଷକ ଅକ୍ଷୟ ମହାନ୍ତ ବିଦ୍ୟାଳୟକୁ ନ ଆସିଥିଲେ ମଧ୍ୟ ଉପସ୍ଥାନ ଖାତାରେ ସମୟ ୯ଟା ୩୦ ମିନିଟ୍‌ରେ ଉଲ୍ଲେଖ କରାଯାଇ ଦସ୍ତଖତ ରହିଥିବା ଦେଖିବାକୁ ପାଇଥିଲେ। ପ୍ରଧାନଶିକ୍ଷକ ପୂର୍ବଦିନ ଅର୍ଥାତ ଜାନୁୟାରୀ ୨୯ରେ ଆଗୁଆ ଦସ୍ତଖତ କରିଥିବା ଅନୁସନ୍ଧାନ କରି ଜିଲା ଶିକ୍ଷାଧିକାରୀ ସେଠୀ ଜାଣିବାକୁ ପାଇଥିଲେ। ପରେ ସେ ଉକ୍ତ ଦିିନ ୧୧ ଟା ୪୫ରେ ବିଦ୍ୟାଳୟକୁ ପହଞ୍ଚତ୍ଥିଲେ। ପ୍ରଧାନଶିକ୍ଷକ ପୂର୍ବରୁ ଅନେକ ଥର ବିଳମ୍ବରେ ବିଦ୍ୟାଳୟ ଆସୁଥିବା ସ୍ଥାନୀୟ ଲୋକ ପ୍ରତିନିଧି ଅଭିଯୋଗ କରି କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଜିଲା ଶିକ୍ଷା ଅଧିକାରୀ ଏହାର ସତ୍ୟାସତ୍ୟ ଜାଣିବା ପରେ ୧ ଦିନର ଦରମା ବନ୍ଦ କରିବା ସହ ପ୍ରଧାନଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରି ୭ ଦିନ ମଧ୍ୟରେ ତ୍ତତ୍ତର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସନ୍ତୋଷଜନକ ଉତ୍ତର ନ ମିଳିଲେ ଶୃଙ୍ଖଳାଗତ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?