Posted inଜାତୀୟ

ଲକ୍‌ଡାଉନ୍‌ରେ ମାଲିକ ଦରମା କାଟିବାରୁ, ଚାକର ନେଲେ ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୨୬।୮:ଦିଲ୍ଲୀର ନଜଫ୍‌ଗଡରେ ଏକ ଅଭାବନୀୟ ଘଟଣା ଘଟିଛି। ଲକ୍‌ଡାଉନ୍‌ରେ ମାଲିକ ଦରମା କାଟିବାରୁ ଏକ ଚରମ ନିଷ୍ପତ୍ତି ନେଇଛନ୍ତି ଚାକର। ସେ ମାଲିକଙ୍କ ହତ୍ୟା କରି ତାଙ୍କ ମୃତଦେହକୁ କୂଅରେ ପକାଇଦେଇଛନ୍ତି। କରୋନା ଯୋଗୁ ଡାଏରୀ ଫାର୍ମରେ ସେତେଟା ଲାଭ ହେଉ ନ ଥିବାରୁ ମାଲିକ ଓମ ପ୍ରକାଶ ସେଠାରେ କାମ କରୁଥିବା ନସଲୀମକୁ କମ୍‌ ଦରମାରେ କାମ କରିବାକୁ କହିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ପରେ ଓମପ୍ରକାଶ ନସଲୀମଙ୍କୁ ଏକ ଚାପୁଡା ମାରିଥିଲେ। ଏହି ରାଗରେ ନସଲୀମ ରାତିରେ ମାଲିକଙ୍କ ଉପରେ ଆକ୍ରମଣ କରିଥିଲେ। ଏକ ଛୁରିରେ ତାଙ୍କ ବେକକୁ କାଟିଦେଇଥିଲେ। ଏହାପରେ ତାଙ୍କ ମୃତଶରୀରକୁ ନେଇ ପାଖରେ ଥିବା ଏକ କୂଅ ଭିତରେ ଫୋପାଡି ଦେଇଥିଲେ। ମୃତକଙ୍କ ପରିଜନମାନେ ଓପପ୍ରକାଶ କୁଆଡେ ଯାଇଛନ୍ତି ବୋଲି ପଚାରିବାରୁ ନସଲୀମ ବଜାରକୁ ଯାଇଥିବା କହିଥିଲେ। ଏହାପରେ ଧରା ପଡିବା ଭୟରେ ମାଲିକଙ୍କ ବାଇକ୍‌ ଏବଂ ମୋବାଇଲ୍‌ ଧରି ଫେରାର ହୋଇଯାଇଥିଲେ ନସଲୀମ। ସନ୍ଦେହ ହେବାରୁ ମୃତକଙ୍କ ପରିବାର ଲୋକେ ପୋଲିସକୁ ସୂଚନା ଦେଇଥିଲେ। ପାଖ କୂଅରୁ ଦୁର୍ଗନ୍ଧ ଆସିବାରୁ ପୋଲିସର ଏକ ଟିମ୍‌ କୂଅରୁ ଓମପ୍ରକାଶଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri