୨୦ ସୁଦ୍ଧା ବାର୍ଷିକ ସମ୍ପତ୍ତି ତାଲିକା ଦାଖଲ ନ କଲେ ଦରମା ବନ୍ଦ

ଭଦ୍ରକ ଅଫିସ, ୧୯।୧: ସରକାରୀ କର୍ମଚାରୀମାନେ ଚଳିତମାସ ୩୧ ତାରିଖ ମଧ୍ୟରେ ନିଜ ଆଇଡିରେ ଏଚ୍‌ଆର୍‌ଏମ୍‌ଏସ୍‌ (ହ୍ୟୁମାନ ରିସୋର୍ସେସ୍‌ ମ୍ୟାନେଜମେଣ୍ଟ ସିଷ୍ଟମ) ପୋର୍ଟାଲରେ ବାର୍ଷିକ ସମ୍ପତ୍ତି ତାଲିକା ଦାଖଲ ପାଇଁ ଓଡ଼ିଶା ସରକାର ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଏହି ନିର୍ଦ୍ଦେଶାନାମାର ଊର୍ଦ୍ଧ୍ୱକୁ ଯାଇ ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ସମସ୍ତ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ଉକ୍ତ ପୋର୍ଟାଲରେ ତାଲିକା ଦେବା ସହ ତାହାର ହାର୍ଡ କପି ଆସନ୍ତା ୨୦ ତାରିଖ ସୁଦ୍ଧା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଦାଖଲ କରିବାକୁ ବିଇଓଙ୍କ ଅଫିସ୍‌ ପକ୍ଷରୁ ସିଆର୍‌ସିସିଙ୍କ ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଅମାନ୍ୟ କଲେ ଜାନୁୟାରୀ ମାସର ଦରମା ବନ୍ଦ କରାଯିବ ବୋଲି ନିର୍ଦ୍ଦେଶ ରହିଛି। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ମଞ୍ଜୁବାଳା ନାୟକ କହିଛନ୍ତି, ପ୍ରକୃତରେ କେଉଁମାନେ ପୋର୍ଟାଲରେ ତାଲିକା ଦେଲେ ବୋଲି ଜାଣିବା ପାଇଁ ହାର୍ଡ କପି ମଗାଯାଇଛି। ୨୦ ତାରିଖ ସୁଦ୍ଧା ନ ଦେଲେ ଦରମା ବନ୍ଦ ହେବ, ସେ ବାବଦରେ ମୁଁ ଜାଣିନାହିଁ। ଅପରପକ୍ଷେ ପ୍ରାଥମିକ ଶିକ୍ଷକମାନଙ୍କ ମୋବାଇଲକୁ ଏହା ମେସେଜ୍‌ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri