୨୦ ସୁଦ୍ଧା ବାର୍ଷିକ ସମ୍ପତ୍ତି ତାଲିକା ଦାଖଲ ନ କଲେ ଦରମା ବନ୍ଦ

ଭଦ୍ରକ ଅଫିସ, ୧୯।୧: ସରକାରୀ କର୍ମଚାରୀମାନେ ଚଳିତମାସ ୩୧ ତାରିଖ ମଧ୍ୟରେ ନିଜ ଆଇଡିରେ ଏଚ୍‌ଆର୍‌ଏମ୍‌ଏସ୍‌ (ହ୍ୟୁମାନ ରିସୋର୍ସେସ୍‌ ମ୍ୟାନେଜମେଣ୍ଟ ସିଷ୍ଟମ) ପୋର୍ଟାଲରେ ବାର୍ଷିକ ସମ୍ପତ୍ତି ତାଲିକା ଦାଖଲ ପାଇଁ ଓଡ଼ିଶା ସରକାର ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଏହି ନିର୍ଦ୍ଦେଶାନାମାର ଊର୍ଦ୍ଧ୍ୱକୁ ଯାଇ ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ସମସ୍ତ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ଉକ୍ତ ପୋର୍ଟାଲରେ ତାଲିକା ଦେବା ସହ ତାହାର ହାର୍ଡ କପି ଆସନ୍ତା ୨୦ ତାରିଖ ସୁଦ୍ଧା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଦାଖଲ କରିବାକୁ ବିଇଓଙ୍କ ଅଫିସ୍‌ ପକ୍ଷରୁ ସିଆର୍‌ସିସିଙ୍କ ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଅମାନ୍ୟ କଲେ ଜାନୁୟାରୀ ମାସର ଦରମା ବନ୍ଦ କରାଯିବ ବୋଲି ନିର୍ଦ୍ଦେଶ ରହିଛି। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ମଞ୍ଜୁବାଳା ନାୟକ କହିଛନ୍ତି, ପ୍ରକୃତରେ କେଉଁମାନେ ପୋର୍ଟାଲରେ ତାଲିକା ଦେଲେ ବୋଲି ଜାଣିବା ପାଇଁ ହାର୍ଡ କପି ମଗାଯାଇଛି। ୨୦ ତାରିଖ ସୁଦ୍ଧା ନ ଦେଲେ ଦରମା ବନ୍ଦ ହେବ, ସେ ବାବଦରେ ମୁଁ ଜାଣିନାହିଁ। ଅପରପକ୍ଷେ ପ୍ରାଥମିକ ଶିକ୍ଷକମାନଙ୍କ ମୋବାଇଲକୁ ଏହା ମେସେଜ୍‌ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri