‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଥିଲାବେଳେ ବୁଧବାର ‘ଏସ୍‌ଓପି’ ଜାରି ହୋଇଛି। ଯଦି ସଂପୃକ୍ତ ବିଭାଗ ପରାମର୍ଶଦାତାଙ୍କ ନିଯୁକ୍ତି ବେଳେ ଏହି ‘ଏସ୍‌ଓପି’ ପାଳନ ନ କରେ ତେବେ ୨୦୨୬ ଏପ୍ରିଲ ପହିଲାରୁ ସେମାନଙ୍କ ଦରମା ବନ୍ଦ କରିଦିଆଯିବ ବୋଲି ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ର ଅବଗତ କରାଇଛନ୍ତି। ପ୍ରମୁଖ ସଚିବ ମିଶ୍ର ବୁଧବାର ସବୁ ବିଭାଗର ସଚିବଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି ଯେ, ଅର୍ଥ ବିଭାଗ ପକ୍ଷରୁ ୨୦୨୫ ମାର୍ଚ୍ଚ ୩୧ରେ ଏ ସଂକ୍ରାନ୍ତରେ ଏକ ନିର୍ଦ୍ଦେଶନାମା ଜାରି ହୋଇଥିଲା। ତଦନୁଯାୟୀ, ସଂପୃକ୍ତ ବିଭାଗଗୁଡ଼ିକ ପରାମର୍ଶଦାତାଙ୍କ ନିଯୁକ୍ତି ପାଇଁ ଅର୍ଥ ବିଭାଗଠାରୁ ଅନୁମତି ନେବାକୁ ହେବ। ବିଭାଗ ପକ୍ଷରୁ ତୁରନ୍ତ କାର୍ଯ୍ୟରତ ପରାମର୍ଶଦାତା, ପିଏମ୍‌ୟୁ ସେଲ୍‌ ଏବଂ ଟିଏସ୍‌ୟୁ ସେଲ୍‌ର ଆବଶ୍ୟକତା ରହିଛି କି ନାହିଁ ତାହା ଉପରେ ସ୍ପଷ୍ଟଭାବେ ଉଚ୍ଚ କ୍ଷମତାସମ୍ପନ୍ନ କମିଟିକୁ ଅବଗତ କରାଇବାକୁ ପଡ଼ିବ। ତେବେ ଏହି ସମସ୍ତ ପ୍ରକ୍ରିୟା ୨୦୨୬ ମାର୍ଚ୍ଚ ସୁଦ୍ଧା ଶେଷହେବା ଆବଶ୍ୟକ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri