ସହରରେ ବିକ୍ରି ହେଉଛି ବାସି, ଭେଜାଲ ଖାଦ୍ୟ

ଭୁବନେଶ୍ୱର, ୧୪।୯ (ବ୍ୟୁରୋ): ପାର୍ବଣ ଋତୁ ଆସିଯାଇଥିବାରୁ ବିଏମ୍‌ସି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଆରମ୍ଭ କରିଛି। ଭେଜାଲ ଓ ବାସି ଖାଦ୍ୟ ଖାଇ ଯେପରି କେହି ଅସୁସ୍ଥ ନ ହୁଅନ୍ତି ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ବିଏମ୍‌ସିର ଫୁଡ୍‌ ସେଫ୍ଟି ସ୍କାଡ୍‌ ସହରର ବଡ଼ଠାରୁ ଛୋଟ ବିଭିନ୍ନ ଦୋକାନରେ ଚଢ଼ାଉ କରି ଖାଦ୍ୟର ମାନ ଯାଞ୍ଚ କରୁଛି। ଏହି କ୍ରମରେ ମଙ୍ଗଳବାର ୟୁନିଟ-୪ ସ୍ଥିତ ଭାଇନା ହୋଟେଲରେ ଚଢ଼ାଉ କରାଯାଇଥିଲା। ସେହି ହୋଟେଲରୁ ବାସି ଖାଦ୍ୟ ମିଳିଥିଲା। ସ୍କାଡ୍‌ ଦ୍ୱାରା ପ୍ରାୟ ୨୦ କେଜି ବାସି ଖାଦ୍ୟ ସମେତ ଏକାଧିକ ସିନ୍ଥେଟିକ୍‌ ଫୁଡ୍‌ କଲର୍‌ ନଷ୍ଟ କରାଯାଇଥିଲା। ସେଠାରେ ପ୍ରସ୍ତୁତ ଖାଦ୍ୟର ନମୁନା ସଂଗ୍ରହ କରାଯାଇ ଯାଞ୍ଚ ପାଇଁ ଲ୍ୟାବ୍‌କୁ ପଠାଯାଇଛି। ରିପୋର୍ଟ ଆସିବା ପରେ ବିହିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ସୋମବାର ବିଏମ୍‌ସିର ଫୁଡ୍‌ ସେଫ୍ଟି ସ୍କ୍ବାଡ୍‌ ଶହୀଦ ନଗର ଓ ୟୁନିଟ-୪ ଅଞ୍ଚଳର ବିଭିନ୍ନ ଚାଟ୍‌, ଗୁପ୍‌ଚୁପ୍‌, ଫାଷ୍ଟଫୁଡ୍‌ ଷ୍ଟଲ ଏବଂ ଉତ୍କଳ ଗ୍ୟାଲେରିଆ ମଲ୍‌ର ଫୁଡ୍‌କୋର୍ଟ ବୁଲି ଖାଦ୍ୟର ମାନ ଯାଞ୍ଚ କରିଥିଲା। ପାର୍ବଣ ଋତୁ ଆରମ୍ଭ ହୋଇଯାଇଥିବାବେଳେ ଏହାକୁ ଦୃଷ୍ଟିରେ ରଖି ରାଜଧାନୀର ଗଳିକନ୍ଦିରେ ଖାଦ୍ୟର ପସରା ଖୋଲିଛି। ବଡ଼ ବଡ଼ ଦୋକାନ ଠାରୁ ଆରମ୍ଭ କରି ଛୋଟ ଷ୍ଟଲରେ ଭଳିକି ଭଳି ଖାଦ୍ୟ ବିକ୍ରି କରାଯାଉଛି। ଏହାର ସୁଯୋଗ ନେଇ ଲାଭଖୋର୍‌ ଅସାଧୁ ବେପାରୀ ବାସି ଓ ଭେଜାଲ ଖାଦ୍ୟ ବିକ୍ରି କରୁଛନ୍ତି। ଏହାକୁ ଗୁରୁତ୍ୱ ସହ ନେଇ ବିଏମ୍‌ସି ପକ୍ଷରୁ ଖାଦ୍ୟର ମାନ ଯାଞ୍ଚ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri