କୁକୁଡା-ଛେଳି ବିକ୍ରି ହେବ ବନ୍ଦ !

ଜେନେଭା/ନୂଆଦିଲ୍ଲୀ,୧୩।୪: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଧୀରେଧୀରେ ଅଧିକ ଶକ୍ତିଶାଳୀ ହେବାରେ ଲାଗିଛି। କେତେକ କ୍ଷେତ୍ରରେ ଆର୍‌ଟି-ପିସିଆର୍‌ ପରୀକ୍ଷାରେ କରୋନା ଭୁତାଣୁକୁ ଚିହ୍ନବା ସମ୍ଭବ ହେଉନାହିଁ। କରୋନା ଲଢ଼େଇ ଦୀର୍ଘଦିନ ଧରି ଜାରି ରହିବ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ଟ୍ରେଡୋସ୍‌ ଅଧାନୋମ୍‌ ଘେବ୍ରେସିୟମସ୍‌ ସୂଚନା ଦେଇଛନ୍ତି। ଇତିମଧ୍ୟରେ ପୃଥିବୀରେ ୭୮ କୋଟିରୁ ଅଧିକ ଲୋକଙ୍କୁ କରୋନା ପ୍ରତିଷେଧକ ଟିକାଦାନ କରାଯାଇ ସାରିଛି। ତେବେ ମଧ୍ୟ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଅତ୍ୟନ୍ତ ଚିନ୍ତା ଜନକ ବୋଲି ସେ କହିଛନ୍ତି। ପୃଥିବୀରୁ କରୋନା ଭୁତାଣୁ ଲୋପ ପାଇବା ପାଇଁ ଅଧିକ ସମୟ ଲାଗିବ ବୋଲି ସେ କହିଛନ୍ତି। କରୋନା ସହ ଲଢ଼େଇରେ ଟିକା ଏକ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର। ତେବେ ଏହା ଏକମାତ୍ର ଅସ୍ତ୍ର ନୁହେଁ। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ଅନ୍ୟ ପରିaମଳ ଏବଂ ସ୍ବଚ୍ଛତା ପଦକ୍ଷେପ ଅତ୍ୟନ୍ତ ଜରୁରୀ ବୋଲି ସେ କହିଛନ୍ତି। ପୃଥିବୀବ୍ୟାପି ସମସ୍ତ ଦେଶ କୁକୁଡା, ଛେଳି ସମେତ ଅନ୍ୟ ଜୀବନ୍ତ ପ୍ରାଣୀଙ୍କ ବିକ୍ରି ଉପରେ କଟକଣା ଲଗାଇବାର ଆବଶ୍ୟକତା ରହିଛି। ଏନେଇ ସେ ପୃଥିବୀର ବିଭିନ୍ନ ଦେଶଙ୍କ ଉଦ୍ଦେଶ୍ୟରେ ଆହ୍ବାନ ଦେଇଛନ୍ତି। ଏହାଦ୍ୱାରା କରୋନା ସଂକ୍ରମଣ କମିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri