ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ କରିଛନ୍ତି। ହାଇକୋର୍ଟ ମୃତ୍ୟୁଦଣ୍ଡକୁ ଆଜୀବନ ସଶ୍ରମ କାରାଦଣ୍ଡରେ ବଦଳାଇଛନ୍ତି। ହାଇକୋର୍ଟର ବିଚାରପତି ଏସ୍‌. କେ. ସାହୁ ଓ ବିଚାରପତି ଆର.କେ. ପଟ୍ଟନାୟକଙ୍କ ଖଣ୍ଡପୀଠ ଦଣ୍ଡାଦେଶ କୋହଳ ପାଇଁ ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କ ପକ୍ଷରୁ ଆଗତ ମାମଲାର ରାୟ ସୋମବାର ପ୍ରକାଶ କରିଛନ୍ତି। ଏଥିସହ ଜିଲା ଆଇନ ସେବା ପ୍ରାଧିକରଣ ମୃତ ନାବାଳିକାଙ୍କ ପରିବାରକୁ ଆଗାମୀ ୪ ସପ୍ତାହ ମଧ୍ୟରେ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ୨୦୧୮ ଏପ୍ରିଲ ୨୧ ତାରିଖ ସନ୍ଧ୍ୟାରେ ସାଲେପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ୬ ବର୍ଷର ନାବାଳିକା ଜଣକୁ ଅଭିଯୁକ୍ତ ଅପହରଣ କରିନେଇଥିଲେ। ସେହି ସମୟରେ ଗ୍ରାମରେ ବିଦ୍ୟୁତ୍‌ କାଟ ହୋଇଥିଲା। ତେବେ ନାବାଳିକା ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ଆଡ଼େ ଖୋଜାଖୋଜି କରିଥିଲେ। ୩ଜଣ ପିଲା ମୋଟର ସାଇକେଲରେ ଆସି ନାବାଳିକା ଜଣକ ସ୍କୁଲ ବାରଣ୍ଡାରେ ନଗ୍ନ ଅବସ୍ଥାରେ ରକ୍ତାକ୍ତ ହୋଇ ପଡ଼ିଥିବା କଥା କହିଲେ। ତୁରନ୍ତ ନାବାଳିକାଙ୍କ ପରିବାର ଲୋକ ସମେତ ଗ୍ରାମବାସୀମାନେ ସେଠାରେ ପହଞ୍ଚି ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସାଲେପୁର ମେଡିକାଲକୁ ନେଇଥିଲେ। ସେଠାରୁ ଡାକ୍ତର ତାଙ୍କୁ ଏସ୍‌ସିବି ମେଡିକାଲକୁ ପଠାଇ ଦେଇଥିଲେ। ମାତ୍ର ସେଠାରେ ଚିକିତ୍ସାଧିନ ଅବସ୍ଥାରେ ନାବାଳିକାଙ୍କ ମୃତ୍ୟୁ ଘଟିଥିଲା।
ଜଗନ୍ନାଥପୁର ନୋଡାଲ ୟୁ.ପି. ସ୍କୁଲ ବାରଣ୍ଡାରେ ଅଭିଯୁକ୍ତ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ସାଲେପୁର ଥାନାରେ ହୋଇଥିବା ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।
ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ସାଲେପୁର ଥାନା ପୋଲିସ ପୋକ୍ସୋ ଆକ୍ଟରେ ମାମଲାର ଚାର୍ଜସିଟ୍‌ ଦାଖଲ କରିଥିଲା। କଟକର ୩ୟ ଅତିରିକ୍ତ ସେସନ୍‌ ଜଜ ତଥା ଚିଲଡ୍ରେନ୍‌ କୋର୍ଟର ପ୍ରିଜାଇଡିଂ ଅଧିକାରୀ ମାମଲାର ବିଚାର କରି ୨୦୧୯ ସେପ୍ଟେମ୍ବର ୧୯ ତାରିଖରେ ମାମଲାର ରାୟ ପ୍ରକାଶ କରି ଅଭିଯୁକ୍ତ ମୁସ୍ତାକଙ୍କୁ ମୃତ୍ୟୁଦଣ୍ଡ ପ୍ରଦାନ କରିଥିଲେ।
ଟ୍ରାଏଲ କୋର୍ଟର ରାୟକୁ ଚ୍ୟାଲେଞ୍ଜ କରି ଅଭିଯୁକ୍ତ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନକାରୀ ଅଭିଯୁକ୍ତଙ୍କ ପକ୍ଷରୁ ଆଇନଜୀବୀ ରମଣୀକାନ୍ତ ପଟ୍ଟନାୟକ, ଆଇନଜୀବୀ ବିକାଶ ଚନ୍ଦ୍ର ପରିଜା ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଆଇନଜୀବୀ ଜନ୍ମେଜୟ କଟିକିଆ ମାମଲା ପରିଚାଳନା କରୁଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri