Odisha Elections 2024

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ କରିଛନ୍ତି। ହାଇକୋର୍ଟ ମୃତ୍ୟୁଦଣ୍ଡକୁ ଆଜୀବନ ସଶ୍ରମ କାରାଦଣ୍ଡରେ ବଦଳାଇଛନ୍ତି। ହାଇକୋର୍ଟର ବିଚାରପତି ଏସ୍‌. କେ. ସାହୁ ଓ ବିଚାରପତି ଆର.କେ. ପଟ୍ଟନାୟକଙ୍କ ଖଣ୍ଡପୀଠ ଦଣ୍ଡାଦେଶ କୋହଳ ପାଇଁ ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କ ପକ୍ଷରୁ ଆଗତ ମାମଲାର ରାୟ ସୋମବାର ପ୍ରକାଶ କରିଛନ୍ତି। ଏଥିସହ ଜିଲା ଆଇନ ସେବା ପ୍ରାଧିକରଣ ମୃତ ନାବାଳିକାଙ୍କ ପରିବାରକୁ ଆଗାମୀ ୪ ସପ୍ତାହ ମଧ୍ୟରେ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ୨୦୧୮ ଏପ୍ରିଲ ୨୧ ତାରିଖ ସନ୍ଧ୍ୟାରେ ସାଲେପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ୬ ବର୍ଷର ନାବାଳିକା ଜଣକୁ ଅଭିଯୁକ୍ତ ଅପହରଣ କରିନେଇଥିଲେ। ସେହି ସମୟରେ ଗ୍ରାମରେ ବିଦ୍ୟୁତ୍‌ କାଟ ହୋଇଥିଲା। ତେବେ ନାବାଳିକା ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ଆଡ଼େ ଖୋଜାଖୋଜି କରିଥିଲେ। ୩ଜଣ ପିଲା ମୋଟର ସାଇକେଲରେ ଆସି ନାବାଳିକା ଜଣକ ସ୍କୁଲ ବାରଣ୍ଡାରେ ନଗ୍ନ ଅବସ୍ଥାରେ ରକ୍ତାକ୍ତ ହୋଇ ପଡ଼ିଥିବା କଥା କହିଲେ। ତୁରନ୍ତ ନାବାଳିକାଙ୍କ ପରିବାର ଲୋକ ସମେତ ଗ୍ରାମବାସୀମାନେ ସେଠାରେ ପହଞ୍ଚି ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସାଲେପୁର ମେଡିକାଲକୁ ନେଇଥିଲେ। ସେଠାରୁ ଡାକ୍ତର ତାଙ୍କୁ ଏସ୍‌ସିବି ମେଡିକାଲକୁ ପଠାଇ ଦେଇଥିଲେ। ମାତ୍ର ସେଠାରେ ଚିକିତ୍ସାଧିନ ଅବସ୍ଥାରେ ନାବାଳିକାଙ୍କ ମୃତ୍ୟୁ ଘଟିଥିଲା।
ଜଗନ୍ନାଥପୁର ନୋଡାଲ ୟୁ.ପି. ସ୍କୁଲ ବାରଣ୍ଡାରେ ଅଭିଯୁକ୍ତ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ସାଲେପୁର ଥାନାରେ ହୋଇଥିବା ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।
ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ସାଲେପୁର ଥାନା ପୋଲିସ ପୋକ୍ସୋ ଆକ୍ଟରେ ମାମଲାର ଚାର୍ଜସିଟ୍‌ ଦାଖଲ କରିଥିଲା। କଟକର ୩ୟ ଅତିରିକ୍ତ ସେସନ୍‌ ଜଜ ତଥା ଚିଲଡ୍ରେନ୍‌ କୋର୍ଟର ପ୍ରିଜାଇଡିଂ ଅଧିକାରୀ ମାମଲାର ବିଚାର କରି ୨୦୧୯ ସେପ୍ଟେମ୍ବର ୧୯ ତାରିଖରେ ମାମଲାର ରାୟ ପ୍ରକାଶ କରି ଅଭିଯୁକ୍ତ ମୁସ୍ତାକଙ୍କୁ ମୃତ୍ୟୁଦଣ୍ଡ ପ୍ରଦାନ କରିଥିଲେ।
ଟ୍ରାଏଲ କୋର୍ଟର ରାୟକୁ ଚ୍ୟାଲେଞ୍ଜ କରି ଅଭିଯୁକ୍ତ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନକାରୀ ଅଭିଯୁକ୍ତଙ୍କ ପକ୍ଷରୁ ଆଇନଜୀବୀ ରମଣୀକାନ୍ତ ପଟ୍ଟନାୟକ, ଆଇନଜୀବୀ ବିକାଶ ଚନ୍ଦ୍ର ପରିଜା ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଆଇନଜୀବୀ ଜନ୍ମେଜୟ କଟିକିଆ ମାମଲା ପରିଚାଳନା କରୁଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ...

ଭାଜପାରେ ମିଶିଲେ ସମୀର

ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ...

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ...

ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି।...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri