ବ୍ରହ୍ମବରଦା,୬।୫(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅର୍ନ୍ତଗତ ମଙ୍ଗଳପୁର ପଞ୍ଚାୟତ କୋଠଢ଼ିହ ଗ୍ରାମର ସଲମା ବିବିଙ୍କ ପରିବାର ଦୟନୀୟ ଅବସ୍ଥାରେ ଦିନ କାଟୁଛନ୍ତି। ଘରଖଣ୍ଡେ ନ ଥିବାରୁ ଏହି ପରିବାର ଭଙ୍ଗା ଆଜବେଷ୍ଟସ ଘରେ ମୁଣ୍ଡ ଗୁଞ୍ଜିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ଘର ଯୋଗାଇ ଦେଉଥିଲେ ମଧ୍ୟ ସଲମାଙ୍କ ପାଖରେ ତାହା ପହଞ୍ଚତ୍ ପାରିନାହିଁ। ସଲମାଙ୍କ ପରିବାର କହିଲେ ସ୍ବାମୀ ରିୟାଜୁଦ୍ଦିନ ଓ ୩ ଝିଅ। ରିୟାଜୁଦ୍ଦିନ ରାଜ୍ୟ ବାହାରେ ରହି ଦାଦନ ଖଟନ୍ତି। ସେଥିରୁ ଯାହା ରୋଜଗାର ହୁଏ ପରିବାରର ଖାଇବା ଖର୍ଚ୍ଚ ଏବଂ ପିଲାଙ୍କ ପାଠପଢ଼ାରେ ସରିଯାଏ। ଅର୍ଥ ଅଭାବରୁ ସଲମା ପକ୍କା ଘରଟିଏ କରି ପାରିନାହାନ୍ତି।
ଏପରି କି ତାଙ୍କ ପରିବାର ଗରିବ ଶ୍ରେଣୀର ହୋଇଥିଲେ ସୁଦ୍ଧା ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ କାର୍ଡ ଖଣ୍ଡେ ମିଳି ପାରିନାହିଁ। ଯେଉଁ ଆଜବେଷ୍ଟ ଘର ଖଣ୍ଡେ ରହିଛି ସେଥିରୁ ବିଭିନ ସ୍ଥାନରେ ଫାଟ ସୃଷ୍ଟି ହୋଇଛି। ତେଣୁ ସଲମା ଘର ଖଣ୍ଡେ ପାଇବା ପାଇଁ ବିଡିଓଙ୍କଠାରୁ ଆରମ୍ଭ କରି ୱାର୍ଡ ସଭ୍ୟଙ୍କ ପର୍ଯ୍ୟନ୍ତ ଯାଇଥିଲେ ମଧ୍ୟ ସବୁଠି ନିରାଶ ହୋଇଛନ୍ତି। ତେଣୁ ଜିଲାପାଳ ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେଇ ସଲମାଙ୍କ ପରିବାରକୁ ଏକ ପକ୍କାଘର ଓ ରାଶନକାର୍ଡ ଯୋଗାଇ ଦେବାକୁ ଦାବି ହୋଇଛି।
Posted inHome Left, ଆମ ଜିଲା ଖବର, ଯାଜପୁର View All
ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ
ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍
ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍ ଟ୍ରେନ୍ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....
ଯୁବକଙ୍କୁ ଚାପିଦେଲା ଟ୍ରକ୍: ଆଉ ତା’ପରେ…
କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍ ଧକ୍କାରେ ଜଣେ...
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ
ବ୍ୟାଙ୍କକ୍,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...
ପାରମ୍ପରିକ ‘ଟୋକି ପର୍ବ’ ପାଇଁ ଚଳଚଞ୍ଚଳ କଳାହାଣ୍ଡି: ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…
ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...
ଟି୨୦ରେ ହରମନପ୍ରୀତ୍ଙ୍କ ବିଶ୍ୱ ରେକର୍ଡ
ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...
Archives


