ଓଡ଼ିଶା ଟ୍ରେନ୍‌ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ସଲମାନ, ଅକ୍ଷୟ କୁମାର

ମୁମ୍ବାଇ,୩ା୬: ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଶାଲିମାର-ଚେନ୍ନାଇ ସେଣ୍ଟ୍ରାଲ କରମଣ୍ଡଳ ଏକ୍ସପ୍ରେସ୍‌(୧୨୮୪୧) ଓ ବେଙ୍ଗାଲୁରୁ-ହାଓ୍ବଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍‌ (୧୨୮୬୪) ଦୁର୍ଘଟଣାଗ୍ରସ୍ତ ହେବାରୁ ଶନିବାର ଅପରାହ୍ନ ସୁଦ୍ଧା ମୃତ୍ୟୁସଂଖ୍ୟା ୨୬୮ରେ ପହଞ୍ଚିଲାଣି। ୧୦୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ସାରା ବିଶ୍ୱ ସ୍ତବ୍ଧ ହୋଇଯାଇଛି। ବଲିଉଡ୍‌ ସେଲିବ୍ରିଟିମାନେ ମଧ୍ୟ ଏହି ଦୁର୍ଘଟଣା ନେଇ ଶୋକ ପ୍ରକାଶ କରିଛନ୍ତି। ସୁପରଷ୍ଟାର ସଲମାନ ଖାନ୍‌ ଟୁଇଟ୍‌ କରି କହିଛନ୍ତି, ଦୁର୍ଘଟଣା ବିଷୟରେ ଶୁଣି ପ୍ରକୃତରେ ଦୁଃଖିତ। ଭଗବାନ ମୃତକଙ୍କ ଆତ୍ମାକୁ ଶାନ୍ତିରେ ବିଶ୍ରାମ ଦିଅନ୍ତୁ। ଏହି ଦୁର୍ଭାଗ୍ୟଜନକ ଦୁର୍ଘଟଣାରୁ ଆହତ ପରିବାରକୁ ସୁରକ୍ଷା ଦିଅନ୍ତୁ। ରକ୍ଷା କରନ୍ତୁ।

ସେହିପରି ବଲିଉଡ୍‌ ସୁପରଷ୍ଟାର ଅକ୍ଷୟ କୁମାର ମଧ୍ୟ ଓଡ଼ିଶା ଟ୍ରେନ୍‌ ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଓଡ଼ିଶାରେ ଘଟିଥିବା ଦୁଃଖଦ ଟ୍ରେନ୍‌ ଦୁର୍ଘଟଣାର ଭିଜୁଆଲ ଦେଖିବା ହୃଦୟ ବିଦାରକ। ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି। ଏହି କଷ୍ଟ ସମୟରେ ପୀଡ଼ିତ ପରିବାର ପ୍ରତି ମୋର ଭାବନା ଏବଂ ସମବେଦନା ଜଣାଉଛି। ଓମ୍‌ ଶାନ୍ତି ବୋଲି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri