ଦୁବଇରୁ ବୁଲେଟ ପ୍ରୁଫ କାର ମଗାଇଲେ ସଲମାନ, ଏହାର ଦାମ୍‌ ରହିଛି…

ମୁମ୍ବାଇ,୧୯।୧୦: ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ଯଥେଷ୍ଟ ବୃଦ୍ଧି ପାଇଛି। ନିକଟରେ ପୋଲିସ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ସୁଟର ସୁଖ ଓରଫ ସୁଖବୀର ବଲବୀର ସିଂଙ୍କୁ ଗିରଫ କରିଛି।

ସଲମାନ ଖାନଙ୍କୁ ହତ୍ୟା କରିବାକୁ ଯୋଜନା କରୁଥିବା ଅଭିଯୁକ୍ତମାନଙ୍କ ମଧ୍ୟରେ ସୁଖ ମଧ୍ୟ ଅଛନ୍ତି। ଏହା ବ୍ୟତୀତ କିଛି ଦିନ ପୂର୍ବରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ଜଣେ ଅଭିଯୁକ୍ତ ସଲମାନ ଖାନଙ୍କ ଠାରୁ ୫କୋଟି ଟଙ୍କା ଦାବି କରିଥିଲେ। ଏହାରି ଭିତରେ ଅଭିନେତା ଏକ ବୁଲେଟପ୍ରୁଫ ନିସାନ ପାଟ୍ରୋଲ ଏସୟୁଭି କିଣିଥିବା ସୂଚନା ମିଳିଛି। ଏହା ଏକ ପେଟ୍ରୋଲ ଭର୍ସନ କାର୍‌। ସୂଚନାଯୋଗ୍ୟ ଯେ ସଲମାନ ଖାନ ଏହି କାରକୁ ବିଦେଶରୁ ଆଣିଛନ୍ତି, କାରଣ ଏହି କାର ଦେଶରେ ଉପଲବ୍ଧ ନାହିଁ। ସୂଚନାନୁସାରେ, ଏହି କାର ଦୁବାଇରୁ ଭାରତକୁ ଇମ୍ପେର୍ଟେ ହେବ।
ସୂଚନା ଅନୁଯାୟୀ, ସୁରକ୍ଷା ଦୃଷ୍ଟିରୁ ଏହି କାର ବହୁତ ଭଲ ଅଟେ। ଏହି କାରଟି ଏକ ବିସ୍ଫୋରକ ଆଲର୍ଟ ସୂଚକ ବା ଏକ୍ସପ୍ଲୋସିଭ ଆଲର୍ଟ ଇଣ୍ଡିକେଟର ଲଗାଯାଇଛି। ଏହି କାରର ଗ୍ଲାସ ସିଲ୍ଡ ବହୁତ ଶକ୍ତିଶାଳୀ। ଗୁଳିକୁ ସାମ୍ନା କରିବା ପାଇଁ କାର୍‌ ଗ୍ଲାସ ଡିଜାଇନ କରାଯାଇଛି। ଏହାର ମୂଲ୍ୟ ୨ କୋଟି ଟଙ୍କା ବୋଲି କୁହାଯାଉଛି।

ଇଣ୍ଡିଆ ଟୁଡେ ରିପୋର୍ଟ ଅନୁଯାୟୀ, ଗୁରୁବାର ରାତିରେ ଅର୍ଥାତ୍‌ ଅକ୍ଟୋବର ୧୭ ସଲମାନ ଖାନ ବିଗ ବସ ୧୮ର ସେଟରେ ପହଞ୍ଚିଥିଲେ। ଏକ ସୂତ୍ରରୁ ଜଣାପଡିଛି ଯେ ସଲମାନ ଖାନଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡାକଡି କରାଯାଇଛି। ବାବା ସିଦ୍ଦିକୀଙ୍କ ହତ୍ୟା ପରେ ସେ ପ୍ରଥମ ଥର ପାଇଁ ବିଗ ବସ ସେଟ୍‌ରେ ପହଞ୍ଚିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri