ଦୁବଇରୁ ବୁଲେଟ ପ୍ରୁଫ କାର ମଗାଇଲେ ସଲମାନ, ଏହାର ଦାମ୍‌ ରହିଛି…

ମୁମ୍ବାଇ,୧୯।୧୦: ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ଯଥେଷ୍ଟ ବୃଦ୍ଧି ପାଇଛି। ନିକଟରେ ପୋଲିସ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ସୁଟର ସୁଖ ଓରଫ ସୁଖବୀର ବଲବୀର ସିଂଙ୍କୁ ଗିରଫ କରିଛି।

ସଲମାନ ଖାନଙ୍କୁ ହତ୍ୟା କରିବାକୁ ଯୋଜନା କରୁଥିବା ଅଭିଯୁକ୍ତମାନଙ୍କ ମଧ୍ୟରେ ସୁଖ ମଧ୍ୟ ଅଛନ୍ତି। ଏହା ବ୍ୟତୀତ କିଛି ଦିନ ପୂର୍ବରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ଜଣେ ଅଭିଯୁକ୍ତ ସଲମାନ ଖାନଙ୍କ ଠାରୁ ୫କୋଟି ଟଙ୍କା ଦାବି କରିଥିଲେ। ଏହାରି ଭିତରେ ଅଭିନେତା ଏକ ବୁଲେଟପ୍ରୁଫ ନିସାନ ପାଟ୍ରୋଲ ଏସୟୁଭି କିଣିଥିବା ସୂଚନା ମିଳିଛି। ଏହା ଏକ ପେଟ୍ରୋଲ ଭର୍ସନ କାର୍‌। ସୂଚନାଯୋଗ୍ୟ ଯେ ସଲମାନ ଖାନ ଏହି କାରକୁ ବିଦେଶରୁ ଆଣିଛନ୍ତି, କାରଣ ଏହି କାର ଦେଶରେ ଉପଲବ୍ଧ ନାହିଁ। ସୂଚନାନୁସାରେ, ଏହି କାର ଦୁବାଇରୁ ଭାରତକୁ ଇମ୍ପେର୍ଟେ ହେବ।
ସୂଚନା ଅନୁଯାୟୀ, ସୁରକ୍ଷା ଦୃଷ୍ଟିରୁ ଏହି କାର ବହୁତ ଭଲ ଅଟେ। ଏହି କାରଟି ଏକ ବିସ୍ଫୋରକ ଆଲର୍ଟ ସୂଚକ ବା ଏକ୍ସପ୍ଲୋସିଭ ଆଲର୍ଟ ଇଣ୍ଡିକେଟର ଲଗାଯାଇଛି। ଏହି କାରର ଗ୍ଲାସ ସିଲ୍ଡ ବହୁତ ଶକ୍ତିଶାଳୀ। ଗୁଳିକୁ ସାମ୍ନା କରିବା ପାଇଁ କାର୍‌ ଗ୍ଲାସ ଡିଜାଇନ କରାଯାଇଛି। ଏହାର ମୂଲ୍ୟ ୨ କୋଟି ଟଙ୍କା ବୋଲି କୁହାଯାଉଛି।

ଇଣ୍ଡିଆ ଟୁଡେ ରିପୋର୍ଟ ଅନୁଯାୟୀ, ଗୁରୁବାର ରାତିରେ ଅର୍ଥାତ୍‌ ଅକ୍ଟୋବର ୧୭ ସଲମାନ ଖାନ ବିଗ ବସ ୧୮ର ସେଟରେ ପହଞ୍ଚିଥିଲେ। ଏକ ସୂତ୍ରରୁ ଜଣାପଡିଛି ଯେ ସଲମାନ ଖାନଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡାକଡି କରାଯାଇଛି। ବାବା ସିଦ୍ଦିକୀଙ୍କ ହତ୍ୟା ପରେ ସେ ପ୍ରଥମ ଥର ପାଇଁ ବିଗ ବସ ସେଟ୍‌ରେ ପହଞ୍ଚିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri