କ୍ୟାଟ୍ରିନାଙ୍କ ସହ ଆଉ ୬ ଅଭିନେତ୍ରୀଙ୍କୁ ସୋସିଆଲ ମିଡିଆରେ ଫଲୋ କରନ୍ତି ସଲମାନ

ମୁମ୍ବାଇ: କରୋନା ମହାମାରୀ ଯୋଗୁ ଫିଲ୍ମ ଇଣ୍ଡଷ୍ଟ୍ରିରେ କମ୍‌ ଶୁଟିଂ ହେଉଛି। କମ୍‌ ଫିଲ୍ମ ବି ରିଲିଜ ହେଉଛି। ଏପରି ସ୍ଥିତିରେ ଦବଙ୍ଗ ଖାନ୍‌ ସଲମାନ ବର୍ତ୍ତମାନ ତାଙ୍କ ଫାର୍ମହାଉସରେ ସମୟ ବିତାଉଛନ୍ତି। ଏହି ସମୟର କିଛି ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ହୁଏ। ସଲମାନଙ୍କର ସୋସିଆଲ ମିଡିଆରେ ବହୁତ ଫଲୋଅର୍ସ ଅଛନ୍ତି। କେବଳ ଇନ୍‌ଷ୍ଟାଗ୍ରାମରେ ସଲମାନଙ୍କୁ ୪୨ ମିଲିୟନ ଲୋକ ଫଲୋ କରନ୍ତି। ଯିଏକି ତାଙ୍କ ପ୍ରତି ପୋଷ୍ଟକୁ ଅପେକ୍ଷା କରିଥାନ୍ତି।

ସଲମାନଙ୍କୁ ସିନା କୋଟି କୋଟି ଲୋକ ଫଲୋ କରନ୍ତି। କିନ୍ତୁ ସଲମାନ ମାତ୍ର ୨୭ ଲୋକଙ୍କୁ ଫଲୋ କରନ୍ତି। ସେମାନଙ୍କ ମଧ୍ୟରେ ବଲିଉଡ୍‌ର କେବଳ ୭ ଅଭିନେତ୍ରୀ ଅଛନ୍ତି। ଏମାନେ ହେଲେ କ୍ୟାଟ୍ରିନା କୈଫ, ସଙ୍ଗୀତା ବିଜ୍‌ଲାନି, ଡେଜି ଶାହା, ଓ୍ବାଲୁସା ଡିସୁଜା, ଜ୍ୟାକ୍‌ଲିନ ଫର୍ନାଡିସ୍‌, ୟୁଲିଆ ବନ୍ତୁର ଏବଂ ଇସାବେଲ୍‌ କୈଫ୍‌। ଏମାନଙ୍କୁ ବାଦ୍‌ ଦେଇ ସଲମାନ ତାଙ୍କ ପରିବାର ସଦସ୍ୟଙ୍କୁ ଫଲୋ କରନ୍ତି। ଯେଉଁଥିରେ ତାଙ୍କ ଭାଇ ଅରବାଜ ଖାନ୍‌, ସୋହେଲ ଖାନ, ଭଉଣୀ ଅର୍ପିତା ଖାନ୍‌ ଶର୍ମା, ଅଲବିରା ଅଗ୍ନିହୋତ୍ରୀ ଏବଂ ଭିଣୋଇ ଅତୁଲ ଅଗ୍ନିହୋତ୍ରୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri