ଏହି ଅଭିନେତ୍ରୀଙ୍କୁ ଘୃଣା କରୁଥିଲେ ସଲମାନ

ମୁମ୍ବାଇ: ଫିଲ୍ମ ଜଗତରେ ନିଜର ଅଭିନୟ ଦକ୍ଷତା ପ୍ରତିପାଦିତ କରିଥିବା ଅଭିନେତ୍ରୀ ପୂଜା ଭଟ୍ଟ ବର୍ତ୍ତମାନ ବିବାଦୀୟ ରିଆଲିଟି ଶୋ’ ‘ବିଗ୍‌ ବସ୍‌ ଓଟିଟି ସିଜିନ୍‌-୨’ରେ ନଜର ଆସିଛନ୍ତି। ଆପଣ ଜାଣନ୍ତି ଏଥର ଶୋ କରଣ ଜୋହର ନୁହନ୍ତି ବରଂ ସଲମାନ ଖାନ୍‌ଙ୍କ ଦ୍ୱାରା ଆୟୋଜିତ ହୋଇଛି।

ପୂଜା ଏବଂ ସଲମାନ ପରସ୍ପରକୁ ଦୀର୍ଘବର୍ଷ ଧରି ଜାଣିଛନ୍ତି। ଆଜି ଯଦିଓ ଉଭୟ ମଧ୍ୟରେ ଭଲ ସମ୍ପର୍କ ରହିଛି, କିନ୍ତୁ ସମୟ ଥିଲା ଉଭୟ ପରସ୍ପରର ମୁହଁ ଦେଖିବାକୁ ବି ପସନ୍ଦ କରୁ ନ ଥିଲେ। ପୂଜା ନିଜେ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।

ପୂଜା ଏକ ଥ୍ରୋବ୍ୟାକ୍‌ ସାକ୍ଷାତକାରରେ କହିଛନ୍ତି, ଆଗରୁ ସେ ଏବଂ ସଲମାନ ପରସ୍ପରକୁ ଘୃଣା କରୁଥିଲେ ଏବଂ ସେମାନଙ୍କ ମଧ୍ୟରେ ଏକ ପ୍ରକାର ଯୁଦ୍ଧ ଆରମ୍ଭ ହୋଇଥିଲା। ପୂଜା କହିଛନ୍ତି, ମୁଁ ଭାବୁଛି ଏହାର କାରଣ ହେଉଛି ମୁଁ ‘ଲଭ୍‌’ଫିଲ୍ମ କରି ନ ଥିଲି। ଯାହ ବି ହେଉ ଆଜି ଆମ ଭିତରେ ଭଲ ସମ୍ପର୍କ ରହିଛି।

ସଲମାନଙ୍କ ଭାଇ ସୋହେଲ ଖାନ ଏବଂ ପୂଜା ଦୀର୍ଘ ସମୟ ଧରି ପରସ୍ପରକୁ ଡେଟ୍‌ କରିଥିଲେ ଏବଂ ବିବାହ କରିବାକୁ ମଧ୍ୟ ଚାହୁଁଥିଲେ, କିନ୍ତୁ ଏହା ହୋଇପାରିଲା ନାହିଁ। ସେମାନଙ୍କ ମଧ୍ୟରେ କୌଣସି କାରଣରୁ ବ୍ରେକ୍‌ଅପ୍‌ ହୋଇଯାଇଥିଲା। ପରେ ସୋହେଲ ୧୯୯୮ରେ ସୀମା ସଚ୍ଚଦେବଙ୍କୁ ବିବାହ କରିଥିଲେ। ୨୦୨୨ରେ ତାଙ୍କର ଛାଡ଼ପତ୍ର ହୋଇଛି। ଏଥି ସହିତ, ପୂଜା ୨୦୦୩ରେ ମନୀଷ ମଖିଜାଙ୍କୁ ବିବାହ କରିଥିଲେ। ସେମାନଙ୍କର ମଧ୍ୟ ୨୦୧୪ରୁ ଛାଡ଼ପତ୍ର ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri