ଘୋଡ଼ାକୁ ଆଲିଙ୍ଗନ କଲେ ସଲମାନ, ଲେଖିଲେ ଏମିତି…

ମୁମ୍ବାଇ: ବିଗ୍‌ ବସ୍‌ ସିଜନ-୧୫କୁ ନେଇ ଚର୍ଚ୍ଚାରେ ରହୁଥିବା ଅଭିନେତା ସଲମାନ ଖାନ ସୋସିଆଲ ମିଡିଆରେ ଏକ ନୂଆ ଫଟୋ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ ଏକ ଘୋଡ଼ାକୁ ଆଲିଙ୍ଗନ କରୁଥିବା ଦେଖାଯାଉଛି। ଏହି ଫଟୋଟି ସଲମାନଙ୍କ ଫାର୍ମ ହାଉସର ବୋଲି କୁହାଯାଉଛି। ଡିସେମ୍ବର ୨୭ରେ ସଲମାନ ତାଙ୍କ ଜନ୍ମଦିନ ପାଳନ କରିବା ପାଇଁ ଫାର୍ମ ହାଉସରେ ପହଞ୍ଚିଥିଲେ। ଏହି ସମୟରେ ସେ ଫାର୍ମ ହାଉସରେ ଫଟୋ ବି ଶେୟାର କରିଥିଲେ। ଏପରିକି ଲକ୍‌ଡାଉନ୍‌ ସମୟରେ ଭାଇଜାନ ସେହି ଫାର୍ମହାଉସରେ ରହୁଥିଲେ।

ସଲମାନ ତାଙ୍କ ଅଫିସିଆଲ ଇନ୍‌ଷ୍ଟାଗ୍ରାମରେ ଘୋଡ଼ା ସହିତ ଫଟୋଟି ଶେୟାର କରିଛନ୍ତି। ଏଥିରେ ସେ ଘୋଡ଼ାକୁ ଆଲିଙ୍ଗନ କରୁଥିବା ଦେଖିବାକୁ ମିଳିଛି। ଫଟୋ ପୋଷ୍ଟ କରି ସଲମାନ ଲେଖିଛନ୍ତି, ଘୋଡ଼ାର ପାଟି। ସଲମାନଙ୍କ ଏହି ଫଟୋକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଛନ୍ତି। ଏକ ଘଣ୍ଟା ମଧ୍ୟରେ ଫଟୋରେ ୫ ଲକ୍ଷରୁ ଅଧିକ ଲୋକ ପସନ୍ଦ କରିଛନ୍ତି। ସଲମାନ ଘୋଡ଼ାକୁ ବହୁତ ଭଲ ପାଆନ୍ତି ଏବଂ ତାଙ୍କ ଫାର୍ମ ହାଉସରେ ଅନେକ ଘୋଡ଼ା ରଖିଛନ୍ତି।

ଏହି ଫଟୋରେ ଜଣେ ପ୍ରଶଂସକ ଲେଖିଛନ୍ତି, ‘ଲଭ ୟୁ ସୁଲତାନ’। ସେହିପରି ଅନ୍ୟ ଜଣେ ଅନ୍ୟ ପ୍ରଶଂସକ ଲେଖିଛନ୍ତି, ‘ଘୋଡ଼ା ଭାଗ୍ୟଶାଳୀ, ଯିଏ କି ଆପଣଙ୍କୁ ଆଲିଙ୍ଗନ କରୁଛି’। ଭିଡିଓରେ ସଲମାନ ପ୍ରଥମେ ଘୋଡ଼ା ଉପରେ ମୁଣ୍ଡ ରଖି ଶୋଇଥିବାର ନଜର ଆସିଛନ୍ତି, କିନ୍ତୁ ହଠାତ୍‌ ଉଠି ତାଙ୍କୁ ଯତ୍ନ ନେବାରେ ଲାଗିଲେ ଏବଂ କପାଳରେ ଚୁମ୍ବନ ମଧ୍ୟ ଦେଲେ। ଘୋଡ଼ା ଚଢ଼ିବାକୁ ସଲମାନ ବହୁତ ପସନ୍ଦ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?