ଅଧରାତିରେ ବିଶ୍ୱସୁନ୍ଦରୀଙ୍କ କବାଟ ପିଟୁଥିଲେ ସଲମାନ, ହାତରୁ ବୋହୁଥିଲା ରକ୍ତ

ବଲିଉଡ୍‌ର ଦବଙ୍ଗ ଷ୍ଟାର ସଲମନ ଖାନ୍‌ ଆଜି ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ପ୍ରଶଂସକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତେ ଜାଣନ୍ତି ସଲମାନ ଏପପର୍ଯ୍ୟନ୍ତ ଅବିବାହିତ ଅଛନ୍ତି। କିନ୍ତୁ ସେ ନିଜ ପ୍ରେମ କାହାଣୀଙ୍କୁ ନେଇ ସର୍ବଦା ଚର୍ଚ୍ଚାରେ ଥାନ୍ତି। ସଲମାନଙ୍କ ନାଁ ଅନେକ ଅଭିନେତ୍ରୀଙ୍କ ସହ ଯୋଡା ଯାଇଛି। କିନ୍ତୁ ନୀଳନୟନା ଐଶ୍ଚର୍ଯ୍ୟ ରାୟଙ୍କ ସହ ତାଙ୍କ ସମ୍ପର୍କ କାହାକୁ ଅଛପା ନାହିଁ। ଦୁହିଁଙ୍କ ପ୍ରେମ ସମ୍ପର୍କ ଇଣ୍ଡଷ୍ଟ୍ରୀର ସବୁଠୁ ଖାସ୍‌ ଥିଲା। ବିଶେଷକରି ଉଭୟଙ୍କ ମଧ୍ୟରେ ଅନେକ ବିବାଦ ଦେଖାଦେଇଥିଲା। ଏକ ସମୟ ଥିଲା ଯେ ସଲମାନ ଏବଂ ଐଶ୍ୱର୍ଯ୍ୟା ପରସ୍ପରକୁ ବହୁତ ଭଲ ପାଉଥିଲେ କିନ୍ତୁ ପରେ ଉଭୟଙ୍କ ମଧ୍ୟରେ ଏମିତି ଝଗଡା ହୋଇଥିଲା ଯେ ଏବେ ଦୁହେଁ ପରସ୍ପରର ଚେହେରା ଦେଖିବାକୁ ମଧ୍ୟ ପସନ୍ଦ କରନ୍ତି ନାହିଁ। ସଲମାନ ଏବଂ ଐଶ୍ୱର୍ଯ୍ୟାଙ୍କ ସମ୍ପର୍କ ୧୯୯୭ ମସିହାରେ ଆରମ୍ଭ ହୋଇଥିଲା। ସେହି ସମୟରେ ଐଶ୍ୱର୍ଯ୍ୟା ବଲିଉଡରେ ନୂଆ ପ୍ରବେଶ କରୁଥିଲେ। ତା’ପରେ ସଲମାନଙ୍କ ଆଖି ଐଶ୍ୱର୍ଯ୍ୟାଙ୍କ ଉପରେ ପଡିଗଲା ଏବଂ ପ୍ରଥମ ଦେଖାରେ ସେ ଐଶ୍ୱର୍ଯ୍ୟାଙ୍କୁ ହୃଦୟ ଦେଇ ବସିଲେ ସଲ୍ଲୁ। କୁହାଯାଏ ଯେ ସଲମାନଙ୍କ କାରଣରୁ ଐଶ୍ୱର୍ଯ୍ୟା ଫିଲ୍ମ ‘ହମ ଦିଲ ଦେ ଚୁକେ ସନମ’ରେ ଅଭିନୟ କରିବାର ସୁଯୋଗ ପାଇଥିଲେ। ଏହି ଫିଲ୍ମର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନସାଲୀ ସଲମାନଙ୍କ ଜଣେ ଘନିଷ୍ଠ ବନ୍ଧୁ ଥିଲେ ଏବଂ ତାଙ୍କ ନିର୍ଦ୍ଦେଶରେ ଐଶ୍ୱର୍ଯ୍ୟା ଏକ ବଡ଼ ବଜେଟ ଚଳଚ୍ଚିତ୍ର ପାଇଁ ସ୍ବାକ୍ଷର କରିଥିଲେ। ଏଠାରୁ ଉଭୟଙ୍କ ପ୍ରେମ କାହାଣୀ ମଧ୍ୟ ଆରମ୍ଭ ହୋଇଥିଲା। କୁହାଯାଏ ଯେ ଐଶ୍ୱର୍ଯ୍ୟାଙ୍କ ମାତାପିତା ସଲମାନ ଏବଂ ଐଶ୍ୱର୍ଯ୍ୟାଙ୍କ ସମ୍ପର୍କକୁ ଆଦୌ ସମ୍ମତି ଦେଇ ନ ଥିଲେ। କୁହାଯାଏ ଯେ ଦିନେ ମଧ୍ୟରାତ୍ରିରେ ସଲମାନ ଐଶ୍ୱର୍ଯ୍ୟାଙ୍କ ଘରେ ପହଞ୍ଚି ଜୋରରେ କବାଟ ବାଡେଇବା ଆରମ୍ଭ କରିଥିଲେ। ସଲମାନ ରାଗରେ ୧୯ତମ ମହଲାରୁ ଡେଇଁବାକୁ ଧମକ ଦେଇଥିଲେ। କବାଟ ବାଡେଇ ବାଡେଇ ସଲମାନଙ୍କ ହାତରୁ ରକ୍ତ ବାହାରିଥିଲା। ସଲମାନଙ୍କ ଏହି ଗଣ୍ଡଗୋଳର କାରଣ ଥିଲା ଯେ ସେ ଐଶ୍ୱର୍ଯ୍ୟାଙ୍କୁ ବିବାହ କରିବାକୁ ଚାହୁଁଥିଲେ କିନ୍ତୁ ଐଶ୍ୱର୍ଯ୍ୟା ସେତେବେଳେ ବିବାହ କରିବାକୁ ଚାହୁଁ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?