୧୫ ଫିଲ୍ମରେ ସଲମାନଙ୍କ ନାଁ ରହିଥିଲା ପ୍ରେମ୍‌: ଜାଣନ୍ତୁ ଏହା ପଛର ରହସ୍ୟ

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଫିଲ୍ମ ପରଦାରେ ରିଲିଜ ମାତ୍ରେ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ଏକ ଭିନ୍ନ କ୍ରେଜ ଦେଖାଯାଏ। ସଲମାନଙ୍କ ଚଳଚ୍ଚିତ୍ରରେ ଦର୍ଶକ ରୋମାନ୍ସ, ଆକ୍ସନ, ଇମୋସନ ଏବଂ କମେଡିର ତଡ୍‌କା ପାଇଥାନ୍ତି। ୯୦ ଦଶକରୁ ସଲମାନ ଅନେକ ସୁପରହିଟ ଫିଲ୍ମରେ ଅଭିନୟ କରିଛନ୍ତି। ଏକ ରୋଚକ କଥା ହେଉଛି ପ୍ରାୟ ୧୫ଟି ଚଳଚ୍ଚିତ୍ରରେ ସଲମାନଙ୍କ ନାଁ ପ୍ରେମ ରଖାଯାଇଛି। ସଲମାନ ଖାନଙ୍କ ପ୍ରଥମ ସୁପରହିଟ ଚଳଚ୍ଚିତ୍ର ଥିଲା ମେନ ପ୍ୟାର୍‌ କିୟା। ଏହା ୧୯୮୯ ମସିହାରେ ମୁକ୍ତିଲାଭ କରିଥିଲା । ସୁରଜ ବଡଜାତ୍ୟଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରଟି ଅତୁଳନୀୟ ସଫଳତା ପାଇଥିଲା। ଏହି ଚଳଚ୍ଚିତ୍ରରେ ସଲମାନ ଖାନ ପ୍ରେମ ଭୂମିକାରେ ଅଭିନୟ କରିଥିଲେ। ଏହି ଚଳଚ୍ଚିତ୍ରରେ ତାଙ୍କ ଚରିତ୍ରକୁ ଦର୍ଶକ ପ୍ରଶଂସା କରିଥିଲେ।

ଏହି ଚଳଚ୍ଚିତ୍ରଟି ସୁପରହିଟ ହେବା ପରେ ନିର୍ଦ୍ଦେଶକ-ଅଭିନେତା ଯୋଡି ‘ହମ ଆପକେ ହେନ କୌନ’, ‘ହମ ସାଥ ସାଥ ହେଁ’ ଏବଂ ‘ପ୍ରେମ ରତନ ଧନ ପାୟୋ’ ଭଳି ଅନେକ ବ୍ଲକବଷ୍ଟର ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ସବୁଠାରୁ ବିଶେଷ କଥା ହେଲା ଏହି ସବୁ ଚଳଚ୍ଚିତ୍ରରେ ସଲମାନ ଖାନଙ୍କ ନାମ ପ୍ରେମ ଥିଲା। ଏପରି ୧୫ଟି ଚଳଚ୍ଚିତ୍ରରେ ସଲମାନଙ୍କ ନାଁ ପ୍ରେମ ଥିଲା। ଏହା ପଛରେ ଏକ କାରଣ ଥିଲା। ପ୍ରେମ ନାଁ ଥିବା ଚଳଚ୍ଚିତ୍ର ବକ୍ସ ଅଫିସରେ ହିଟ୍‌ ହେଉଥିଲା। ଏହି କାରଣରୁ ନିର୍ଦ୍ଦେଶକ ସଲମାନଙ୍କ ନାଁ ଫିଲ୍ମରେ ପ୍ରେମ ଦେବାକୁ ପସନ୍ଦ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri