ବଲିଉଡରେ ୩୫ ବର୍ଷ ପୂରଣ କଲେ ଭାଇଜାନ

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାଁ ୨୬ ଅଗଷ୍ଟରେ ତାଙ୍କ ବଲିଉଡ କ୍ୟାରିୟରର ୩୫ ବର୍ଷ ପୂରଣ କରିଛନ୍ତି। ଅଭିନେତା ୧୯୮୮ରେ ମୁଭି ‘ବିବି ହୋତୋ ଐସି’ ମାଧ୍ୟମରେ ବଲିଉଡରେ ଡେବ୍ୟୁ କରିଥିଲେ। ଏହା ପରେ ସେ ମୈନେ ପ୍ୟାର କିୟା, ବାଗି, ସନମ ବଓ୍ବୋଫା, ପଥର କେ ଫୁଲ, ସାଜନ ଭଳି ମୁଭିରେ କାମ କରିଥିଲେ ଓ ବଲିଉଡକୁ ଗୋଟିଏ ପରେ ଗୋଟିଏ ହିଟ ମୁଭି ଭେଟି ଦେଇଥିଲେ।
ଆକ୍ଟିଂ କ୍ୟାରିୟରେ ୩୫ ବର୍ଷ ପୂରଣ କରିବା ପରେ ସେ ତାଙ୍କ ଫ୍ୟାନ୍ସଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସଲମାନ ତାଙ୍କ ମୁଭିର କିଛି ଦୃଶ୍ୟର ଏକ କୋଲାଜ ଭିଡିଓ ସେୟାର କରିଛନ୍ତି, ଯେଉଁଥିରେ ତାଙ୍କ ମୁଭିରୁ କିଛି ପ୍ରସିଦ୍ଧ ସଂଳାପ ଏବଂ ଗୀତ ଷ୍ଟେପ ଅଛ। ଭିଡିଓ ସେୟାର କରିବାବେଳେ, ସଲମାନ ଲେଖିଛନ୍ତି- ‘୩୫ ବର୍ଷ ୩୫ ଦିନ ଭଳି ବିତିଗଲାଣି, ଆପଣଙ୍କ ଭଲପାଇବା ପାଇଁ ଧନ୍ୟବାଦ।’
ଭାଇଜାନଙ୍କ ଏହି ଭିଡିଓରେ ପ୍ରଶଂସକମାନେ ବହୁତ କମେଣ୍ଟ କରୁଛନ୍ତ। ଜଣେ ୟୁଜର ମନ୍ତବ୍ୟ ଦେଇଛନ୍ତି- ‘ଏଠାରେ ଆଉ ଜଣେ ସଲମାନ ଖାନ ରହିପାରିବେ ନାହିଁ।’ ଅନ୍ୟ ଜଣେ ପ୍ରଶଂସକ ଲେଖିଛନ୍ତି- ‘ଯଦିଓ ମୁଁ ବୃଦ୍ଧ ହେବି, ସଲମାନ ଖାନ ସର୍ବଦା ମୋର ପ୍ରିୟ ହେବେ।’ ଏହା ବ୍ୟତୀତ ଆଉ ଜଣେ ଲେଖିଛନ୍ତି- ‘ବଲିଉଡ ଇଣ୍ଡଷ୍ଟ୍ରିରେ ୩୫ବର୍ଷ ପୂରଣ କରିଥିବାରୁ ଅଭିନନ୍ଦନ ଏବଂ ଆମକୁ ମନୋରଞ୍ଜନ ଦେଇଥିବାରୁ ଅନେକ ଧନ୍ୟବାଦ।’
ସଲମାନଙ୍କୁ ଶେଷ ଥର ପାଇଁ ଫିଲ୍ମ ‘କିସି କା ଭାଇ କିସି କି ଜାନ’ରେ ବଡ ପରଦାରେ ଦେଖିବାକୁ ମିଳିଥିଲା। ଏହା ବ୍ୟତୀତ ସେ ‘ବିଗ ବସ ଓଟିଟି ୨’ ହୋଷ୍ଟ କରୁଥିବା ମଧ୍ୟ ଦେଖିବାକୁ ମିଳିଥିଲା। ବର୍ତ୍ତମାନ ସେ ତାଙ୍କର ବହୁ ପ୍ରତୀକ୍ଷିତ ଆଗାମୀ ଫିଲ୍ମ ‘ଟାଇଗର ୩’ରେ ନଜର ଆସିବେ। ମନୀଷ ଶର୍ମା ୟଶ ଚୋପ୍ରାଙ୍କ ବ୍ୟାନରରେ ନିର୍ମିତ ‘ଟାଇଗର ୩’ ର ନିର୍ଦ୍ଦେଶନା ଦେଉଛନ୍ତି। ଏହି ଫିଲ୍ମ ୧୦ ନଭେମ୍ବର ୨୦୨୩ରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri