ପଡୋଶୀଙ୍କ ବିରୋଧରେ ହାଇକୋର୍ଟର ଦ୍ୱାରସ୍ଥ ହେଲେ ସଲମାନ

ବମ୍ବେ: ପଡ଼ୋଶୀଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରି ଚର୍ଚ୍ଚାରେ ଦବଙ୍ଗ ଖାଁ ସଲମାନ। ପାନ୍‌ଭେଲରେ ରହୁଥିବା ପଡୋଶୀ କେତନ କକ୍କର ତାଙ୍କର ପୁରୁଣା ଭିଡିଓ ଶେୟାର କରି ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିବା ସହ ଲୋକଙ୍କୁ ଉତ୍ତେଜିତ କରିବାକୁ ମଧ୍ୟ ଚେଷ୍ଟା କରିଥିବା ଅଭିନେତା କହିଛନ୍ତି। ବମ୍ବେ ହାଇକୋର୍ଟରେ ଏନେଇ ଶୁଣାଣି ହୋଇଥିବା ବେଳେ ସଲମାନ ନିଜର ବିବୃତି ରଖିଥିଲେ।ମାର୍ଚ୍ଚ ୨୦୨୨ରେ ସେଶନ୍ସ କୋର୍ଟରେ ହୋଇଥିବା ଆଦେଶକୁ ଚ୍ୟାଲେଞ୍ଜ କରି ଏହି ଆବେଦନ କରିଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୨ରେ ହେବ।

କେତନ ତାଙ୍କ ଭିଡିଓରେ ସଲମାନ ତାଙ୍କ ପାନଭେଲ ଫାର୍ମହାଉସ୍‌ରେ କ’ଣ କରନ୍ତି ସେ ବିଷୟରେ କହିଥିଲେ। ସେ ଅଭିନେତାଙ୍କ ତୁଳନା ବାବର ଏବଂ ଔରଙ୍ଗଜେବଙ୍କ ସହ କରିଥିଲେ। ଏପରିକି ସେ ସଲମାନଙ୍କୁ ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ ଇବ୍ରାହିମ ଗ୍ୟାଙ୍ଗର ସଦସ୍ୟ ଭାବେ ବର୍ଣ୍ଣନା କରିଥିଲେ। ଏହାକୁ ନେଇ ସଲମାନ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। କେତନ ଉକ୍ତ ଭିଡିଓକୁ ହଟାଇବା ସହ ଭବିଷ୍ୟତରେ ଏଭଳି କରିବା ବନ୍ଦ କରିବା ଉଚିତ ବୋଲି ସଲମାନ ଆବେଦନ କରିଥିଲେ। ହେଲେ ସେଶନ୍ସ କୋର୍ଟ ଏପରି ନିର୍ଦ୍ଦେଶ ଦେବାକୁ ମନା କରିବା ପରେ ସଲମାନ ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri