ବିବାହର ପ୍ରଥମ ଭାଲେଣ୍ଟାଇନ୍‌ ଡେ’ ସଲମାନଙ୍କ ସହ ବିତାଇବେ କ୍ୟାଟ୍ରିନା

ସୁପରଷ୍ଟାର ସଲମାନ ଖାନ ମୁମ୍ବାଇର ୟଶ ରାଜ ଫିଲ୍ମ ଷ୍ଟୁଡିଓରେ ଆସନ୍ତା ଫେବୃୟାରୀ ୫ଠାରୁ ‘ଟାଇଗର ୩’ର ଶୁଟିଂ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଶୁଟିଂ ପାଇଁ ମୁମ୍ବାଇର ଅନ୍ଧେରିରେ ଅବସ୍ଥିତ ୟଶ ରାଜ ଫିଲ୍ମ ଷ୍ଟୁଡିଓରେ ଜବରଦସ୍ତ ପ୍ରସ୍ତୁତି ଦେଖିବାକୁ ମିଳୁଛି। ଶୁଟିଂରେ ଜଡିତ ସମସ୍ତ ଅଭିନେତା ଏବଂ ଟେକ୍‌ନିସିଆନଙ୍କ କରୋନା ଟେଷ୍ଟ କରାଯାଇଛି। ଫିଲ୍ମର ଶୁଟିଂ ଶେଷ ହେବା ପର୍ଯ୍ୟନ୍ତ ସମସ୍ତେ ବାୟୋ ବବଲରେ ରହିବେ। ତେବେ ଅଭିନେତ୍ରୀ କ୍ୟାଟ୍ରିନା କୈଫ ମଧ୍ୟ ସଲମାନଙ୍କ ସହ ଏଠାରେ ରହିବେ।
ୟଶ ରାଜ ଫିଲ୍ମ ଷ୍ଟୁଡିଓରେ ପ୍ରସ୍ତାବିତ ଶୁଟିଂ ପ୍ରାୟ ଏକ ସପ୍ତାହ ପର୍ଯ୍ୟନ୍ତ ଚାଲିବ ଏବଂ ତା’ପରେ ଆସନ୍ତା ସପ୍ତାହରେ ଫେବୃୟାରୀ ୧୨ ଏବଂ ୧୩ ରେ ସଲମାନ ଏବଂ କ୍ୟାଟ୍ରିନା ଶୁଟିଂ ପାଇଁ ଦିଲ୍ଲୀ ଯିବେ। ଭାଲେଣ୍ଟାଇନ୍ସ ଡେ’ରେ ଦୁହେଁ ଫିଲ୍ମ ‘ଟାଇଗର-୩’ ଶୁଟିଂ କରିବେ। ଫଳରେ ବିବାହର ପ୍ରଥମ ଭାଲେଣ୍ଟାଇନ୍ସ ଡେ’ ସଲମାନଙ୍କ ସହ ବିତାଇବାକୁ ଯାଉଛନ୍ତି। ଦିଲ୍ଲୀରେ ଏହି ଫିଲ୍ମର ଶୁଟିଂ ପ୍ରାୟ ଦୁଇ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ମେଗା ବଜେଟରେ ନିର୍ମିତ ଏହି ଫିଲ୍ମଟି ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ଅନ୍ୟାନ୍ୟ ଭାରତୀୟ ଭାଷାରେ ମୁକ୍ତିଲାଭ କରିବାର ଯୋଜନା ରହିଛି। ନିକଟରେ କ୍ୟାଟ୍ରିନା ଅଭିନେତା ବିକି କୌଶଲଙ୍କୁ ବିବାହ କରିଛନ୍ତି। ବିବାହ ପରେ ଉଭୟ ଫିଲ୍ମ ଶୁଟିଂରେ ବ୍ୟସ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri