ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ କେତେବେଳେ ସୋସିଆଲ ମିଡିଆ ଭିଡିଓ ଜରିଆରେ ଚର୍ଚ୍ଚାରେ ରହୁଥିବା ଏହି କଳାକାର ଏବେ ଡିଜିଟାଲ ଦୁନିଆରେ ଆଉ ପାଦେ ଆଗକୁ ଯାଇଛନ୍ତି। ସେ ନିଜର ଅଫିସିଆଲ୍ ୟୁଟ୍ୟୁବ୍ ଚ୍ୟାନେଲ୍ ଲଞ୍ଚ୍ କରିବା ସହ ପ୍ରଶଂସକଙ୍କ ପାଇଁ କିଛି ଖାସ୍ ଆସୁଥିବାର ଇଙ୍ଗିତ ଦେଇଛନ୍ତି।

ସଲମାନ୍ ଖାନ୍ ନିଜର ଅଫିସିଆଲ୍ ଇନ୍‌ଷ୍ଟାଗ୍ରାମ୍ ଷ୍ଟୋରୀରେ ଏକ ଭିଡିଓ ଶେୟାର କରି ନିଜର ୟୁଟ୍ୟୁବ୍ ଚ୍ୟାନେଲ୍ ବିଷୟରେ ଘୋଷଣା କରିଛନ୍ତି। ଏହି ଭିଡିଓ ସହ ସେ ଲେଖିଛନ୍ତି, “ଆରମ୍ଭରୁ ଆରମ୍ଭ କରିବା, ମୋର ଅଫିସିଆଲ୍ ୟୁଟ୍ୟୁବ୍ ଚ୍ୟାନେଲ୍। A ରୁ Z ପର୍ଯ୍ୟନ୍ତ ସବୁକିଛି ଏଠାରେ ମିଳିବ”। ସଲମାନ୍‌ଙ୍କ ଏହି ଘୋଷଣା ପରେ ସୋସିଆଲ୍ ମିଡିଆରେ ବେଶ୍ ହଲଚଲ୍ ସୃଷ୍ଟି ହୋଇଛି ଏବଂ ତାଙ୍କର ସମସ୍ତ ଫ୍ୟାନ୍ସ ଏହି ନିଷ୍ପତ୍ତିକୁ ଉତ୍ସାହର ସହ ସ୍ୱାଗତ କରୁଛନ୍ତି।

ଅନ୍ୟପଟେ, ସଲମାନ୍ ଖାନ୍ ନିଜର ଆଗାମୀ ବହୁପ୍ରତୀକ୍ଷିତ ଫିଲ୍ମ ‘ମାତୃଭୂମି: ମେ ୱାର୍ ରେଷ୍ଟ ଇନ୍ ପିସ୍’ (Maatrubhumi: May War Rest in Peace) କୁ ନେଇ ମଧ୍ୟ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମଟି ପୂର୍ବରୁ ‘ବ୍ୟାଟେଲ୍ ଅଫ୍ ଗଲୱାନ୍’ ନାମରେ ପରିଚିତ ଥିଲା। ଏହି ସିନେମାରେ ସଲମାନ୍‌ଙ୍କୁ ଜଣେ ଭାରତୀୟ ସେନା ଅଧିକାରୀ ଭୂମିକାରେ ଦେଖିବାକୁ ମିଳିବ। ଏହା ବ୍ୟତୀତ, ସାଉଥ୍ ନିର୍ଦ୍ଦେଶକ ଭାମସୀ ପୈଡିପଲ୍ଲୀଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ହେଉଥିବା ଏକ ଆକ୍ସନ୍ ଫିଲ୍ମରେ ମଧ୍ୟ ସେ ଅଭିନୟ କରୁଛନ୍ତି, ଯେଉଁଥିରେ ତାଙ୍କ ସହ ଅଭିନେତ୍ରୀ ନୟନତାରା ନଜର ଆସିବେ। ଏହି ପ୍ରୋଜେକ୍ଟର ଶୁଟିଂ ଚାଲିଥିବା ବେଳେ ଫିଲ୍ମର ନାମ ଓ ମୁକ୍ତିଲାଭ ତାରିଖ ସମ୍ପର୍କରେ ଆନୁଷ୍ଠାନିକ ଘୋଷଣା ହେବା ବାକି ଅଛି। 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?