କ୍ୟାଟ୍ରିନାଙ୍କ ଶାଢି ସଜାଡିଲେ ସଲମାନ: ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡର ଭାଇଜାନ୍‌ ସଲମାନ ଖାଁ ଓ କ୍ୟାଟ୍ରିନା କୈଫ୍‌ ଏବେ ତାଙ୍କ ଅପ୍‌କମିଙ୍ଗ ଫିଲ୍ମ ‘ଭାରତ’କୁ ନେଇ ଅଛନ୍ତି ଚର୍ଚ୍ଚାରେ। ନିକଟରେ ଏହାର ଏକ ଗୀତ ରିଲିଜ୍‌ ହୋଇଥିଲା। ଏହି ଗୀତର ପ୍ରମୋଶନ ଇଭେଣ୍ଟରେ ଯୋଗ ଦେଇଥିଲେ ‘ଭାରତ’ର ଲିଡ୍‌ ରୋଲରେ ଥିବା କ୍ୟାଟ୍ରିନା ଓ ସଲମାନ। ହେଲେ ସେଠାରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଲା ତାକୁ କେହି ବିଶ୍ୱାସ କରିପାରିଲେ ନାହିଁ। ଏବେ ସେହି ସମୟର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଘଟଣା ହେଉଛି ଉକ୍ତ ପ୍ରମୋଶନ ଇଭେଣ୍ଟରେ କ୍ୟାଟ୍ରିନାଙ୍କ ଶାଢିର କୁଞ୍ଚ ସାମାନ୍ୟ ବିଗିଡି ଯାଇଥିଲା। ଯାହାକୁ ଦେଖି ସଲମାନ ନଇଁପଡି ସଜାଡି ଦେଇଥିବା ଦେଖିବାକୁ ମିଳିଥିଲା। ଏବେ ଏମିତି କିଛି ଫଟୋ ସୋସିଆଲ ମିଡିଆରେ ଘୁରିବୁଲୁଛି। ହେଲେ ଏତିକିରେ କଥା ସରିନି। କ୍ୟାଟ୍ରିନା ମଧ୍ୟ ସଲମାନଙ୍କୁ ଆପଣାର ବୋଲି ଫିଲ୍‌ କରାଇବାକୁ ଯାଇ ଷ୍ଟେଜ୍‌ ଉପରେ ତାଙ୍କ ଗାଲ ଧରିବାକୁ ଚେଷ୍ଟା କରିଥିଲେ କିନ୍ତୁ ସଲମାନ ଦୂରେଇ ଯାଇଥିଲେ। ଏବେ ଏହାର ଏକ ଭିଡିଓ ମଧ୍ୟ ଭାଇରାଲ ହେବାରେ ଲାଗିଛି। ଏହାକୁ ଦେଖି ୟୁଜରମାନେ ବିଭିନ୍ନ କମେଣ୍ଟ ମଧ୍ୟ କରିଛନ୍ତି। ତେବେ ଖବରଦାତାମାନେ କ୍ୟାଟ୍ରିନାଙ୍କୁ ପ୍ରଶ୍ନ କରିଥିଲେ କି ସେ ସଲମାନଙ୍କୁ ଭାଇଜାନ୍‌ ବୋଲି କହିବାରେ କିଛି ଅସୁବିଧା ଅଛିକି। କିନ୍ତୁ କ୍ୟାଟ୍ରିନା ଏହାର ଉତ୍ତର ଦେବା ପୂର୍ବରୁ ସଲମାନ କହିଥିଲେ ମୁଁ ଆପଣଙ୍କର ଭାଇଜାନ, କ୍ୟାଟ୍ରିନାଙ୍କର ନୁହେଁ। ତେବେ କ୍ୟାଟ୍ରିନା ତାଙ୍କୁ କେଉଁ ଜାନ୍‌ ବୋଲି ଡାକିବେ କହିବାକୁ ପୁଣି ସଲମାନ କହିଥିଲେ ମେରି ଜାନ୍‌। ଯାହା ସେ ସମୟରେ ହାସ୍ୟରୋଳ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri