Posted inଜାତୀୟ

ମୋଦିଙ୍କ ପ୍ରଶଂସାରେ ଶତମୁଖ ସଲମାନ ଖାନ୍‌

ନୂଆଦିଲ୍ଲୀ,୭।୧: ଜାନୁଆରୀ ୪ରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଲାକ୍ଷାଦ୍ୱୀପ ଗସ୍ତର କିଛି ଫଟୋ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ଫଟୋ ସହିତ କ୍ୟାପସନରେ ଲାକ୍ଷାଦ୍ୱୀପର ସୌନ୍ଦର୍ଯ୍ୟକୁ ପ୍ରଶଂସା କରିଥିଲେ। ଅନେକ ଲୋକ ମୋଦିଙ୍କ ଫଟୋକୁ ପ୍ରଶଂସା କରିଥିଲେ ଏବଂ ଏହି ଫଟୋ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିଲା।
ବର୍ତ୍ତମାନ ସଲମାନ ଖାନ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଫଟୋ ଉପରେ କମେଣ୍ଟ ଦେଇ ତାଙ୍କୁ ପ୍ରଶଂସା କରିଛନ୍ତି। ଏକରେ ପୋଷ୍ଟ କରି ସଲମାନ ଖାନ ଲେଖିଛନ୍ତି – ଲାକ୍ଷାଦ୍ୱୀପର ସୁନ୍ଦର, ପରିଷ୍କାର ଏବଂ ଚମତ୍କାର ବେଳାଭୂମିରେ ଆମର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଭାଇ ମୋଦିଙ୍କୁ ଦେଖିବା ବହୁତ ଭଲ କଥାଏବଂ ସବୁଠାରୁ ଭଲ କଥା ହେଉଛି ଏହା ଆମ ଭାରତରେ ଅଛି। ସଲମାନଙ୍କ ବ୍ୟତୀତ ଅନ୍ୟ ଅନେକ ବଲିଉଡ ତାରକା ମଧ୍ୟ ଲାକ୍ଷାଦ୍ୱୀପର ସୌନ୍ଦର୍ଯ୍ୟକୁ ପ୍ରଶଂସା କରିଛନ୍ତି।
ଆଜିକାଲି ସଲମାନ ଖାନ ‘ବିଗ ବସ ୧୭’ର ହୋଷ୍ଟିଂ କରୁଛନ୍ତି। ତାଙ୍କୁ ଶେଷ ଥର ପାଇଁ ଫିଲ୍ମ ଟାଇଗର ୩ରେ ବଡ ପରଦାରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri