Posted inଜାତୀୟ

ସଲମାନଙ୍କୁ ମିଳିଲା ଧମକପୂର୍ଣ୍ଣ ଇମେଲ

ମୁମ୍ବାଇ,୧୯।୩: ବଲିଉଡର ଦବଙ୍ଗ ଷ୍ଟାର ସଲମାନ ଖାନଙ୍କୁ ଏକ ଧମକପୂର୍ଣ୍ଣ ଇମେଲ ମିଳିଛି। ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରଙ୍କ ସହ କଥା ହେବାକୁ ଇମେଲରେ ଜରିଆରେ ସଲମାନଙ୍କୁ କୁହାଯାଇଛି। ଏହି ଇମେଲଟି ୧୮ ମାର୍ଚ୍ଚରେ ଆସିଥିଲା। ସଲମାନଙ୍କ ମ୍ୟାନେଜର ପ୍ରଶାନ୍ତ ଗୁଞ୍ଜଲକରଙ୍କ ଅଭିଯୋଗ କ୍ରମେ ମୁମ୍ବାଇ ପୋଲିସ ରବିବାର ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାର ଏବଂ ଲରେନ୍ସ ବିଷ୍ଣୋଇଙ୍କ ନାଁରେ ଆଇପିସିର ଧାରା ୧୨୦ (ବି), ୩୪ ଏବଂ ୫୦୬ (୩) ଅନୁଯାୟୀ ମାମଲା ରୁଜୁ କରିଛି।
ମୋହିତ ଗର୍ଗଙ୍କ ଆଇଡିରୁ ପଠାଯାଇଥିବା ଇମେଲରେ କୁହାଯାଇଛି ଯେ, ଆପଣଙ୍କ ବସ ସଲମାନ ଖାନଙ୍କ ସହ ଗୋଲ୍ଡି ଭାଇଙ୍କୁ କଥା ହେବାକୁ ପଡିବ। ଲରେନ୍ସ ବିଷ୍ଣୋଇଙ୍କ ସାକ୍ଷାତକାର ଆପଣ ନିଶ୍ଚୟ ଦେଖିଥିବେ, ଯଦି ଆପଣ ଏହାକୁ ଦେଖି ନାହାଁନ୍ତି ତେବେ ଦେଖିଦିଅନ୍ତୁ। ଯଦି ତୁମେ ମାମଲା ବନ୍ଦ କରିବାକୁ ଚାହୁଁଛ, ତେବେ କଥାବାର୍ତ୍ତା କର। ଯଦି ଆପଣ ମୁହାଁମୁହିଁ କଥା ହେବାକୁ ଚାହାଁନ୍ତି ତେବେ ମୋତେ କୁହନ୍ତୁ। ବର୍ତ୍ତମାନ ଏହା ଠିକ ସମୟରେ ସୂଚିତ କରାଯାଇଛି, ପରବର୍ତ୍ତୀ ସମୟରେ କେବଳ ଝଟକା ଦେଖାଯିବ।
ନିକଟରେ ଜେଲରୁ ଏକ ସାକ୍ଷାତକାରରେ ଲରେନ୍ସ ବିଷ୍ଣୋଇ ସଲମାନ ଖାନଙ୍କୁ ହତ୍ୟା କରିବାକୁ ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri