ସଲମାନଙ୍କ ଫାର୍ମ ହାଉସରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିଲେ ୨ ବ୍ୟକ୍ତି, ପୋଲିସ କଲା ଗିରଫ

ମୁମ୍ବାଇ: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କୁ ଗତ ବର୍ଷ ଅନେକ ଥର ଲରେନ୍ସ ଗ୍ୟାଙ୍ଗ ଦ୍ୱାରା ମୃତ୍ୟୁ ଧମକ ଦିଆଯାଇଥିଲା। ଯେଉଁଥିପାଇଁ ତାଙ୍କର ସୁରକ୍ଷା ଯଥେଷ୍ଟ ବୃଦ୍ଧି କରାଯାଇଥିଲା। ତାଙ୍କୁ ଜେଡ୍‌ ପ୍ଲସ ସୁରକ୍ଷା ମଧ୍ୟ ଦିଆଯାଇଛି। ଏହି ସମୟରେ ଆଉ ଏକ ଖବର ସାମ୍ନାକୁ ଆସିଛି ଯେ ଦୁଇଜଣ ସନ୍ଦିଗ୍ଧ ବ୍ୟକ୍ତି ଜବରଦସ୍ତ ସଲମାନ ଖାନଙ୍କ ପାନଭେଲ ଫାର୍ମ ହାଉସରେ ପ୍ରବେଶ କରିବାକୁ ଚେଷ୍ଟା କରିଛନ୍ତି। ତେବେ ଉଭୟ ଅଭିଯୁକ୍ତ ଫାର୍ମ ହାଉସରେ ପ୍ରବେଶ କରିବା ପୂର୍ବରୁ ସୁରକ୍ଷା କର୍ମୀ ସେମାନଙ୍କୁ ଧରି ପୋଲିସକୁ ହସ୍ତାନ୍ତର କରିଛନ୍ତି।

ପୋଲିସର ସୂଚନାନୁସାରେ, ଅଭିଯୁକ୍ତ ଫାର୍ମ ହାଉସର ତାର ଭାଙ୍ଗି ପ୍ରବେଶ କରିବାକୁ ଚେଷ୍ଟା କରୁଥିଲେ। ପୋଲିସ ଏହା ମଧ୍ୟ କହିଛି ଯେ, ଯେତେବେଳେ ଅଭିଯୁକ୍ତ ସଲମାନଙ୍କ ପାନଭେଲ ଫାର୍ମ ହାଉସରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିଲେ, ସେତେବେଳେ ଅଭିନେତା ସେଠାରେ ଉପସ୍ଥିତ ନ ଥିଲେ। ବର୍ତ୍ତମାନ ପୋଲିସ ସେମାନଙ୍କୁ ଗିରଫ କରିଛି। ଉଭୟଙ୍କ କାର୍ଯ୍ୟକଳାପ ସନ୍ଦେହଜନକ କିନ୍ତୁ ପୋଲିସର ପଚରାଉଚରା ବେଳେ ଅଭିଯୁକ୍ତମାନେ ସଲମାନନଙ୍କ ପ୍ରଶଂସକ ବୋଲି କହିଛନ୍ତି। ପୋଲିସ ଉଭୟ ଅଭିଯୁକ୍ତଙ୍କଠାରୁ ନକଲି ପରିଚୟ ପତ୍ର ମଧ୍ୟ ପାଇଛି, ହେଲେ ସେମାନଙ୍କଠାରୁ କୌଣସି ଅସ୍ତ୍ର ଜବତ କରାଯାଇ ନାହିଁ। ବର୍ତ୍ତମାନ ପୋଲିସ ଏହି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri