ବିଲରେ ଧାନ ରୋଉଛନ୍ତି ଏହି ଅଭିନେତା, ଗର୍ଲଫ୍ରେଣ୍ଡ୍‌ ଶେୟାର କଲେ ଫଟୋ

କରୋନା ଭାଇରସ ଯୋଗୁ ଚଳଚ୍ଚିତ୍ର ଶୁଟିଂ ବନ୍ଦ ରହିଛି। ତେବେ ଅନଲକ ସମୟରେ ସର୍ତ୍ତମୂଳକ ଶୁଟିଂକୁ ଅନୁମତି ଦିଆଯାଇଛି। ଅଭିନେତା ସଲମାନ ଖାନ ମଧ୍ୟ ତାଙ୍କ ଫିଲ୍ମର ଶୁଟିଂ ଯୋଗୁ ତାଙ୍କ ଫାର୍ମହାଉସରେ ପୁରା ସମୟ ବିତାଉଛନ୍ତି। ଏହି ସମୟରେ ତାଙ୍କର ସମ୍ପୂର୍ଣ୍ଣ ଧ୍ୟାନ ଚାଷ ଉପରେ ରହିଛି। ସଲ୍ଲୁ ପ୍ରାୟତଃ ଚାଷ ଭିଡିଓ ଏବଂ ଫଟୋ ଶେୟାର କରନ୍ତି। ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଲୋକଙ୍କ ସହ ଧାନ ରୋଉଥିବା ନଜର ଆସିଛନ୍ତି। ଏହା ପରେ ସେ ନିଜ ହାତ ଏବଂ ପାଦକୁ କାଦୁଅ ପାଣିରେ ଧୋଇଦେଉଛନ୍ତିି ଏହା ପ୍ରଥମ ଥର ନୁହେଁ ପୂର୍ବରୁ ସଲମାନ ହଳ କରୁଥିବା ମଧ୍ୟ ଦେଖାଯାଇଥିଲା। ନିକଟରେ ସଲମାନ ଖାନଙ୍କ ତଥାକଥିତ ଗର୍ଲଫ୍ରେଣ୍ଡ ୟୁଲିଆ ଭାଣ୍ଟୁର ଫାର୍ମ ହାଉସରେ ଧାନ ବୁଣୁଥିବାର ଏକ ଚିତ୍ର ଶେୟାର କରିଥିଲେ।
ସଲମାନ ଖାନ ନିର୍ଦ୍ଦେଶକ ପ୍ରଭୁଦେବାଙ୍କ ଚଳଚ୍ଚିତ୍ର ‘ରାଧେ: ୟୋର ମୋଷ୍ଟ ୱାଣ୍ଟେଡ ଭାଇ’ରେ ନଜର ଆସିବେ। କରୋନା ଯୋଗୁ ଏହି ଚଳଚ୍ଚିତ୍ରର ରିଲିଜ ତାରିଖ ଘୁଞ୍ଚାଇ ଦିଆଯାଇଛି। ସଲମାନ ଖାନଙ୍କ ବ୍ୟତୀତ ଏହି ଚଳଚ୍ଚିତ୍ରରେ ଜ୍ୟାକି ଶ୍ରଫ, ଦିଶା ପଟାନୀ ଏବଂ ରଣଦୀପ ହୁଡା ମଧ୍ୟ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri